ପ୍ରବାଦ ପୁରୁଷ ଦାଶରଥି ପଟ୍ଟନାୟକଙ୍କ 28 ତମ ଶ୍ରାଦ୍ଧ ଦିବସ

3

ନୟାଗଡ଼(ବିଶ୍ୱଜିତ ନାୟକ):- ପାଠାଗାର ଆନ୍ଦୋଳନର ପ୍ରମୁଖ ପୁରୋଧା ଦାଶରଥି ପଟ୍ଟନାୟକ (ଦାସିଆ ଅଜା) ଙ୍କ 28 ତମ ଶ୍ରାଦ୍ଧବାର୍ଷିକୀ ପାଳନର ଅବସରରେ ନୟାଗଡ଼ ରେ ଅବସ୍ଥିତ ତାଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ମୁନିସିପାଲିଟି ଅଧକ୍ଷା ନିରୁପମା ଗ୍ଖଟେଇ, ଜିଲା ସଂସ୍କୃତି ବିଭାଗ ଅଧିକାରୀ ଉତ୍କଳ ସାମ୍ବାଦିକ ସଂଘର ସଭାପତି ଶ୍ରୀକାନ୍ତ ଖଟେଇ ଙ୍କ ସହିତ ନୟାଗଡ଼ ର ପ୍ରମୁଖ ସାମାଜିକ ଅନୁଷ୍ଠାନ ପୂଜ୍ୟପୂଜା କମିଟି, ରୋଟାରୀ କ୍ଲବ, ସିଭିଲ ସୋସାଇଟି, ନୟାଗଡ଼ କ୍ଲବ୍, ଇନର ହୁଇଲ କ୍ଲବ, ଶ୍ରୀ ରାମକୃଷ୍ଣ ଆଦର୍ଶ ଶିକ୍ଷା କେନ୍ଦ୍ର, ତଥାସ୍ତୁ, ତେଜସ୍ବିନି ପ୍ରମୁଖ ର ସଦସ୍ୟ ମାନେ ମାଲ୍ୟାର୍ପଣ କରିବା ସହ ଦାସିଆ ଅଜା ଙ୍କ ସ୍ମୃତି ଚାରଣ କରିଥିଲେ । ଏହି କାର୍ଯ୍ୟକ୍ରମ କୁ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ସଂଯୋଜନା କରିଥିବା ବେଳେ ଶରତ ଚନ୍ଦ୍ର ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ।

Leave A Reply

Your email address will not be published.