ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ,୧୧୮ ଟି ଅଭିଯୋଗ ପଞ୍ଜିକୃତ ।

2

କେନ୍ଦ୍ରାପଡ଼ା:(ପ୍ରଫୁଲ୍ଲ କୁମାର ମଲ୍ଲ) ଆଜି ମୁନିସିପାଲିଟି ଟାଉନ ହଲ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି | ଅଭିଯୋଗ ଶୁଣାଣିରେ ମୋଟ ୧୧୮ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା | ସେଥିମଧ୍ୟରୁ ୧୦୯ଟି ବ୍ୟକ୍ତିଗତ ହୋଇଥିବା ବେଳେ ୯ ଟି ସାମୂହିକ ଅଭିଯୋଗ ରହିଥିଲା | ୮ ଜଣଙ୍କୁ ୨୩ ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ କରାଯାଇଛି | | ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ରଘୁରାମ ଆର ଆୟର,ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କୋଟାରିଆ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନା,ଉପ ଜିଲ୍ଲାପାଳ ଅରୁଣ କୁମାର ନାୟକ,କେନ୍ଦ୍ରାପଡ଼ା ବିଡିଓ ଅଭିଷେକ ସ୍ୱାଇଁ, କେନ୍ଦ୍ରାପଡ଼ା ତହସିଲଦାର ରବି ନାରାୟଣ ଆଚାର୍ଯ୍ୟ, ନିର୍ବାହୀ ଅଧିକାରୀ କେନ୍ଦ୍ରାପଡ଼ା ମୁନିସିପାଲିଟି ଅଜିତ ନାରାୟଣ ପ୍ରସାଦ ଗିରି, ଜିଲ୍ଲା ସଂସ୍କୃତି ଅଧିକାରୀ ତ୍ରିଭୁବନ ଜୟସିଂ ସମେତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ | ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ ଉପରେ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି | ସୂଚନା ଯେ,ଆସନ୍ତା ୧୩ ଅକ୍ଟୋବରରେ ଗରଦପୁର ବ୍ଲକ କାର୍ଯାଳୟ, ୨୦ ଅକ୍ଟୋବରରେ ରାଜନଗର ବ୍ଲକ କାର୍ଯ୍ୟାଳୟ ଏବଂ ୨୭ ଅକ୍ଟୋବରରେ ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ |

Leave A Reply

Your email address will not be published.