ନବରଙ୍ଗପୁର ତା୦୬.୧୦.୨୦୨୫: ଆଜି ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଯଦୁମଣି ନାଏକ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୫ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୩ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୦୪ ଟି ସମସ୍ୟା ର ସମାଧାନ ତତକ୍ଷଣାତ କରାଯାଇଥିଲା ।
Sign in
Sign in
Recover your password.
A password will be e-mailed to you.
Prev Post