ମାଲକାନଗିରି । ମାଲକାନଗିରି ଜିଲ୍ଲା ସଦର ବ୍ଲକ ଶିକ୍ଷା ଅଧିକାରୀ ରବୀନ୍ଦ୍ରନାଥ ଧରଙ୍କୁ ଆଜି ମାଲକାନଗିରି ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ, ମାଲକାନଗିରି ଶିକ୍ଷା ବିଭାଗ ତରଫରୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଭବ୍ୟ ଅବସର କାଳିନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପାଣିଗ୍ରାହୀଙ୍କ ସମେତ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମଞ୍ଜୁଲତା ଭୋଇ ଏବଂ ବିଭିନ୍ନ ବ୍ଲକରୁ ଆସିଥିବା ବ୍ଲକ ଶିକ୍ଷା ଅଧିକାରୀ ମାନେ, ବିଦାୟୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ରବୀନ୍ଦ୍ରନାଥ ଧରଙ୍କୁ ଉତ୍ତରୀୟ ଏବଂ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ ଏବଂ ତାଙ୍କର ଦୀର୍ଘ ୩୭ ବର୍ଷ ଧରି ଶିକ୍ଷକ ଭାବରେ କାର୍ଯ୍ୟାରମ୍ଭ କରିବା ଠାରୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବରେ ପଦୋନ୍ନତି ପାଇ କାର୍ଯ୍ୟଭାର ଗ୍ରହଣ କରିବା ପର୍ଯ୍ୟନ୍ତ, ସେ କିପରି ଭାବରେ ତାଙ୍କ ଦାୟିତ୍ବ ପାଳନ କରିଛନ୍ତି ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ସୁବିଧା ଅସୁବିଧା ବୁଝିବା ଠାରୁ ଆରମ୍ଭ କରି,ଛାତ୍ର ଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ପାଇଁ ନେଇଥିବା ବିଭିନ୍ନ ପଦକ୍ଷେପ ବିଷୟରେ ଆଲୋକପାତ କରିଥିଲେ । ଉକ୍ତ ସଭାରେ ମାଲକାନଗିରି ବ୍ଲକ ର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୌରାଙ୍ଗ ସାଜନ ଓ ଅଶ୍ବିନୀ କୁମାର ମାଝୀଙ୍କ ସମେତ ବିଭିନ୍ନ ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଓ ମାଲକାନଗିରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.