ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନୀଲ କାନ୍ତ ମହାନ୍ତି , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଗୁରାଣ୍ଡି ଗ୍ରାମ ପଞ୍ଚାୟତ ସମେତ ବଡ଼ଗୋଷାଣୀ , ତାଟିପେଟି ଓ ଭୁସୁକୁଡି ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୧୦୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା – ୬୪ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୪୪ ଗୋଟି ଅଭିଯୋଗ ଆସିଥିଲା ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେଥିମଧ୍ୟରୁ ବସୁନ୍ଧରା ଜମି ପଟ୍ଟା ୧୨ ଜଣଙ୍କୁ ପ୍ରଦାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୋଷାଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଏନ.ବୀରାରାଜୁ , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୌର ଚନ୍ଦ୍ର ପଟ୍ଟନାୟକ , ତହସିଲଦାର ଶ୍ରୀ ନାରାୟଣ ବେହେରା , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ ଓ ସ୍ଥାନୀୟ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.