ରାଜଗାଙ୍ଗପୁର ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

4

ରାଜଗାଙ୍ଗପୁର/ସୁନ୍ଦରଗଡ଼(ବସନ୍ତ କୁମାର ଜେନା): ଆଜି ରାଜଗାଙ୍ଗପୁର ବ୍ଲକ ପରିସରରେ ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।
ଆଜି ମୋଟ ୧୨୦ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୩୦ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୮୦ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୦ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୧୦ ଗୋଟି ଅଭିଯୋଗ ରହିଥିଲା।
ଆଜିର ଏହି ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ୍ ସାହୁ, ରାଉରକେଲା ବନଖଣ୍ଡ ଅଧିକାରୀ ଶ୍ରୀ ଯଶବନ୍ତ ସେଠୀ,ସଦର ଉପଜିଲ୍ଲାପାଳ ତେଜସ୍ଵିନୀ ବେହେରା, ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।

Leave A Reply

Your email address will not be published.