ପଟ୍ଟାମୁଣ୍ଡାଇ ବ୍ଲକରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ.୧୧୬ ଟି ଅଭିଯୋଗ ପଞ୍ଜିକୃତ ।

4

କେନ୍ଦ୍ରାପଡ଼ା:(ପ୍ରଫୁଲ୍ଲ କୁମାର ମଲ୍ଲ): ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ଆଜି ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି | ଅଭିଯୋଗ ଶୁଣାଣିରେ ମୋଟ ୧୧୬ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା | ସେଥିମଧ୍ୟରୁ ୧୦୩ଟି ବ୍ୟକ୍ତିଗତ ହୋଇଥିବା ବେଳେ ୧୩ଟି ସାମୂହିକ ଅଭିଯୋଗ ରହିଥିଲା | ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୮ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି |ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ରଘୁରାମ ଆର ଆୟର,ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କୋଟାରିଆ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନା,ଉପଜିଲ୍ଲାପାଳ ଅରୁଣ କୁମାର ନାୟକ,ପଟ୍ଟାମୁଣ୍ଡାଇ ବିଡିଓ,ତହସିଲଦାର ସମେତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ | ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ ଉପରେ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି | ସୂଚନା ଯେ,ଆସନ୍ତା ମାସ ଅର୍ଥାତ ନଭେମ୍ବର ୩ ତାରିଖରେ କେନ୍ଦ୍ରାପଡ଼ା ମୁନିସିପାଲିଟି ଟାଉନ ହଲ,୧୦ ନଭେମ୍ବର ରେ ରାଜକନିକା ବ୍ଲକ,୧୭ ନଭେମ୍ବରରେ ମାର୍ଶାଘାଇ ବ୍ଲକ,୨୪ ନଭେମ୍ବର ଆଳି ବ୍ଲକ କାର୍ଯ୍ୟାଳୟଠାରେ ପୂର୍ବାହ୍ନ ୧୦ ଘଟିକାଠାରୁ ୧ ଘଟିକା ପର୍ଯ୍ୟନ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ |

Leave A Reply

Your email address will not be published.