ସୁବର୍ଣ୍ଣପୁରରେ ରାଷ୍ଟ୍ରୀୟ ଗୀତ ‘ବନ୍ଦେ ମାତରମ’ ର ୧୫୦ ବର୍ଷ ପୂର୍ତ୍ତି ପାଳନ ।

4

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ରାଷ୍ଟ୍ରୀୟ ଗୀତ ‘ବନ୍ଦେ ମାତରମ’ ର ୧୫୦ତମ ବର୍ଷ ପୂର୍ତ୍ତି ଉତ୍ସବ ଉତ୍ସାହର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ଡା. ନୃପରାଜ ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଏବଂ ଅଞ୍ଜଳିନା ପ୍ରଧାନ ଉପସ୍ଥିତ ଥିଲେ।ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଏବଂ କର୍ମଚାରୀମାନେ ଏହି କାର୍ଯ୍ୟକ୍ରମରେ ସକ୍ରିୟ ଭାବେ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଜାତୀୟସ୍ତରରେ କରାଯାଇଥିବା ରାଷ୍ଟ୍ରୀୟ ଗୀତ ‘ବନ୍ଦେ ମାତରମ’ ର ସମୂହଗାୟନ ସମାରୋହ ଲାଇଭ୍ ଟେଲିକାଷ୍ଟ ମାଧ୍ୟମରେ ଜିଲ୍ଲାସ୍ତରରେ ଜିଲ୍ଲା ସଂସ୍କୃତି ଅଧିକାରୀ, ଯମୁନା ପ୍ରଧାନଙ୍କ ଦ୍ଵାରା ଆୟୋଜିତ ହୋଇଥିଲା।

Leave A Reply

Your email address will not be published.