ରାଷ୍ଟ୍ରୀୟ ଗୀତ “ବନ୍ଦେ ମାତରମ” ର ୧୫୦ ବର୍ଷ ପୂର୍ତ୍ତି ପାଳନ

4

ଜିଲ୍ଲାରେ ସମବେତ ଭାବେ ଗାନ ହେଲା ବନ୍ଦେ ମାତରମ

ସୁନ୍ଦରଗଡ଼,(ବସନ୍ତ କୁମାର ଜେନା): ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମ ର ଆଜି ୧୫୦ ବର୍ଷ ପୂର୍ତ୍ତି ହୋଇଅଛି। ଏହି ଅବସରରେ ରାଜ୍ୟରେ ସମବେତ ଭାବେ ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମ ଗୀତ ଗାନ କରାଯାଇଅଛି। ଏହା ଛଡ଼ା ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ମାନଙ୍କରେ ମଧ୍ୟ ‘ବନ୍ଦେ ମାତରମ୍’ର ୧୫୦ ତମ ବର୍ଷ ପୂର୍ତ୍ତି ପାଳନ କରାଯିବା ସହିତ ରାଷ୍ଟ୍ରୀୟ ଗୀତ ର ଗାନ କରାଯାଇଅଛି।

ଏହି ଅବସରରେ ଆଜି ସ୍ଥାନୀୟ ସଦଭାବନା ଭବନ ଠାରେ ‘ବନ୍ଦେ ମାତରମ୍’ ର ୧୫୦ ବର୍ଷ ପୂର୍ତ୍ତି ପାଳନ କରାଯିବା ସହିତ ସମବେତ ଭାବେ ବନ୍ଦେ ମାତରମ ଗାନ କରାଯାଇଥିଲା। ସେହିଭଳି ଦିଲ୍ଲୀ ସ୍ଥିତ ଇନ୍ଦିରା ଗାନ୍ଧୀ ଇନ୍‌ଡୋର୍ ଷ୍ଟାଡିୟମ୍‌ ଠାରେ ଆୟୋଜିତ ହୋଇଥିବା ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇ ଉଦ୍‌ବୋଧନ ଦେଇଥିଲେ।

ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଏହି ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମର ଲାଇଭ୍ ଷ୍ଟ୍ରିମିଂ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂରଜ ପଟ୍ଟନାୟକ, ଜାତୀୟ ସୂଚନା ବିଜ୍ଞାନ କେନ୍ଦ୍ର ର ଜିଲ୍ଲା ସୂଚନା ବିଜ୍ଞାନ ଅଧିକାରୀ ଶ୍ରୀ କାନ୍ଦ୍ରା ହେମ୍ବ୍ରମ, ଜିଲ୍ଲା ସଂସ୍କୃତି ଅଧିକାରୀ ନନ୍ଦିନୀ ମୁଣ୍ଡାରୀ, ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନେ ଯୋଗ ଦେଇଥିଲେ।

Leave A Reply

Your email address will not be published.