ଜଗତସିଂହପୁର,ତା-୧୭.୧୧.୨୦୨୫/ସୁମନ୍ତ କୁମାର ଦାସ: ଆଜି ଜିଲ୍ଲା ପ୍ରଶାସନ ଓ ପୌର ପରିଷଦର ମିଳିତ ଆନୁକୂଲ୍ୟ ରେ ବରପୁତ୍ର ଶ୍ରୀରାମ ଦାଶ ଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ କଲେଜ ଛକ ସ୍ଥିତ ସେହି ମହାନ ଆତ୍ମାଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଷୋୟୀ, ପୌର ନିର୍ବାହୀ ଅଧିକାରୀ ଶ୍ରୀମତୀ ସୀମା ଜେନା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ପ୍ରତିଚୀ ତନୟା ମହାନ୍ତି, ପୌର ପରିଷଦର କର୍ମ କର୍ତ୍ତା ଦୀପକ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ବରପୁତ୍ରଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ।
Sign in
Sign in
Recover your password.
A password will be e-mailed to you.