ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର , ପାରଳାଖେମୁଣ୍ଡି ଠାରେ ୩୬ତମ ବାର୍ଷିକ କ୍ରୀଡା ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପରିଚାଳନା କମିଟିର ଉପ-ସଭାପତି ଶ୍ରୀଯୁକ୍ତ ସଞ୍ଜୟ ଜେନାଙ୍କ ସଭାପତିତ୍ବରେ ଆୟୋଜିତ ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ଶିଶୁ ସୁରକ୍ଷା ତଥା ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ , ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜିଲ୍ଲା ଶାରୀରିକ ଶିକ୍ଷା ନୀରିକ୍ଷକ ଶ୍ରୀଯୁକ୍ତ ସୁରେନ୍ଦ୍ର କୁମାର ପାତ୍ର , ସ୍ଥାନୀୟ ଦେବୀ ମଠର ମହନ୍ତ ପୂଜ୍ୟଶ୍ରୀ ରାମାନନ୍ଦ ଦାସ ମହାରାଜଜୀ , ବିଦ୍ୟାଳୟର ପରିଚାଳନା କମିଟିର ସମ୍ପାଦକ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପଟ୍ଟନାୟକ ତଥା ଅନ୍ୟାନ୍ୟ ସଦସ୍ୟ ପ୍ରମୁଖ ଯୋଗ ଦେଇଥିଲେ।
ଏହି ଅବସରରେ ଅତିଥି ମାନେ ଛାତ୍ରଛାତ୍ରୀଙ୍କ ଜୀବନରେ କ୍ରୀଡ଼ାର ମହତ୍ତ୍ୱ ସମ୍ବନ୍ଧରେ ପ୍ରତିଯୋଗୀମାନଙ୍କୁ ଅବଗତ କରାଇଥିଲେ। ଚଳିତ ବର୍ଷର ବିଭିନ୍ନ ପ୍ରକାରର କ୍ରୀଡା ପ୍ରତିଯୋଗିତା ସ୍ଥାନୀୟ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵଂୟ ଶାସିତ ମହାବିଦ୍ୟାଳୟ ଠାରେ ଆୟୋଜିତ କରାଯାଇଥିଲା। ଏଥିରେ ବିଜୟ ଲାଭ କରିଥିବା ପ୍ରତିଯୋଗୀ ମାନଙ୍କୁ ଅତିଥିବୃନ୍ଦ ପୁରସ୍କୃତ କରିଥିଲେ। ଏହି କାର୍ଯ୍ୟକ୍ରମଟି ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡାଙ୍କ ତତ୍ତ୍ଵାବଧାନରେ , ଶାରୀରିକ ଶିକ୍ଷକ ମୁରଲୀ ମୋହନ ପ୍ରଧାନ ଓ ଶ୍ରୀଯୁକ୍ତ ରାଜେଶ କରାଇଙ୍କ ନେତୃତ୍ୱରେ ତଥା ଅନ୍ୟ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ସହଯୋଗ ସଫଳ ହୋଇଥିଲା। ପିଲାମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଶାରୀରିକ କୌଶଳ ପ୍ରଦର୍ଶିତ ହୋଇଥିଲା।
Sign in
Sign in
Recover your password.
A password will be e-mailed to you.
Next Post