ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆସନ୍ତା ୧୩ ଡିସେମ୍ବର ୨୦୨୫ ତାରିଖରେ ପାରଳାଖେମୁଣ୍ଡି , ରା.ଉଦୟଗିରି , ମୋହନା ଓ କାଶୀନଗରରେ ଅଦାଲତ ପରିସରରେ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଅଛି।
ଏହି ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ପ୍ରାକ-ସ୍ତରୀୟ ମକଦ୍ଦମା ଓ ବିଚାରଧିନ ମକଦ୍ଦମା ଯଥା ଫୌଜଦାରୀ (ସାଲିସ ଯୋଗ୍ୟ) , ଚେକ ବାଉନସ , ବ୍ୟାଙ୍କ ଋଣ , ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ , ଶ୍ରମ ବିବାଦ , ଲୋକସେବା ସମ୍ୱନ୍ଧୀୟ ମାମଲା , ବୈବାହିକ ବିବାଦ (ଛାଜପତ୍ର ବ୍ୟତୀତ) , ପାରିବାରିକ ବିବାଦ , ଜମି ଅଗ୍ରହଣ , ଚାକିରି ସମ୍ବନ୍ଧୀୟ (ପେନସନ) , ରାଜସ୍ବ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ମାମଲାର ବିଚାରଣା ହେବ।
ଲୋକ ଅଦାଲତରେ ମକଦ୍ଦମା ଅବା ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ପଡିବ ନାହିଁ। ଲୋକ ଅଦାଲତଙ୍କ ରାୟ ବୈଧ ଓ ଚୁଡାନ୍ତ। ଦୀର୍ଘଦିନ ଧରି ଚାଲୁରହିଥିବା ମକଦ୍ଦମାର ସହଜ ସମାଧାନ ପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇବା ପାଇଁ ଏହା ଏକ ସୁଯୋଗ ।
ସବିଶେଷ ବିବରଣୀ ନିମନ୍ତେ ନୂତନ କୋର୍ଟ ପରିସରରେ ଥିବା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ , ପାରଳାଖେମୁଣ୍ଡି , ରା.ଉଦୟଗିରି ଓ ମୋହନା କୋର୍ଟ ପରିସରରେ ଥିବା ତାଲୁକା ଆଇନ୍ ସେବା କମିଟି କାର୍ଯ୍ୟାଳୟ ସହିତ ଯୋଗଯୋଗ କରିବା ପାଇଁ ଅନୁରୋଧ କରାଯାଉଛି।
Sign in
Sign in
Recover your password.
A password will be e-mailed to you.
Prev Post