କେନ୍ଦ୍ରାପଡ଼ା:(ପ୍ରଫୁଲ୍ଲ କୁମାର ମଲ୍ଲ) ଆସନ୍ତା ଜାନୁଆରୀ ୧୦ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡିଆଠାରେ ପଲ୍ଲୀଶ୍ରୀ ମେଳା ଏବଂ ଜିଲ୍ଲା ମହୋତ୍ସବ ଅନୁଷ୍ଠିତ ହେବ | ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳ ରଘୁରାମ ଆର ଆୟରଙ୍କ ଅଧ୍ୟକ୍ଷତାରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି | ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ରବୀନ୍ଦ୍ର କୁମାର ମଲ୍ଲିକ, ମୁନିସିପାଲିଟି ନିର୍ବାହୀ ଅଧିକାରୀ ଅଜିତ ନାରାୟଣ ଗିରି,ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସୁରେଶ ଚନ୍ଦ୍ର ମଲ୍ଲିକ,ସିଡିଭିଓ ମନୋଜ ପଟ୍ଟନାୟକ,ଜିଲ୍ଲା ଶ୍ରମ ଅଧିକାରୀ ଅନନ୍ତ ପଦ୍ମନାଭ ମହମନସିଂ, ଡେପୁଟି ସିଇଓ ଅରମାସ ନିରୋଦ ଜେନା,ଜିଲ୍ଲା ସଂସ୍କୃତି ଅଧିକାରୀ ତ୍ରିଭୁବନ ଜୟସିଂ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବିଜୟ କେତନ ସାହୁ, ଜିଲ୍ଲା କ୍ରୀଡା ଅଧିକାରୀ ଲୋକନାଥ ପାଣିଗ୍ରାହୀ,ଡିପିସି ମିଶନ ଶକ୍ତି ଆରତୀ ସାହୁ, ଡିପିଏମ ଓଏଲଏମ ପ୍ରଶାନ୍ତ ପାଢ଼ୀଙ୍କ ସମସ୍ତ ଲାଇନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ | ଶୃଙ୍ଖଳିତ ଆୟୋଜନ ନିମନ୍ତେ ସମସ୍ତ ଅଧିକାରୀ ନିଜ ନିଜ ପ୍ରସ୍ତୁତି ଆରମ୍ଭ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି | ଏହା ସହିତ ସଫଳ ଆୟୋଜନ ନେଇ ବୈଠକରେ ବିଭିନ୍ନ ବିଷୟ ବିସ୍ତୁକୁ ନେଇ ବିସ୍ତୃତ ଭାବେ ଆଲୋଚନା କରାଯାଇଛି |
Sign in
Sign in
Recover your password.
A password will be e-mailed to you.