କଟକ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟଠାରେ ଜିଲ୍ଳାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

3

କଟକ ତା ୧୫.୧୨.୨୦୨୫ ରିଖ – କଟକ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟସ୍ଥିତ ଓସୱାନ୍ ସମ୍ମିଳନୀ କକ୍ଷଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶିବ ଟପୋଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୯୫ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ ତନ୍ମଧ୍ୟରେ ୮୪ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୧ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୪ଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣି କାଳରେ ଉପ ଆୟୁକ୍ତ କମିଶନରେଟ୍ ପୁଲିସ୍‌, ଶ୍ରୀ ଋଷିକେଶ ଖିଲାରୀ ଦ୍ୟାନଦେଓ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ନାୟକ, ଉପଜିଲ୍ଲାପାଳ କଟକ ସଦର ଶ୍ରୀ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ, ଆରକ୍ଷୀ ଅଧିକ୍ଷକ ଶ୍ରୀ ବିନୀତ ଅଗ୍ରୱାଲ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏଥିସହ ପାନୀୟ ଜଳ, ବାର୍ଦ୍ଧକ୍ୟ ଭତ୍ତା, ଭିନ୍ନକ୍ଷମ ଭତ୍ତା, ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ପ୍ରାଣୀ ସମ୍ପଦ ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଠାରେ ସୂଚନାଯୋଗ୍ୟ ଆସନ୍ତା ୨୨ ତାରିଖରେ ମାହାଙ୍ଗା ବ୍ଲକ୍‌ଠାରେ ଜିଲ୍ଳାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।

Leave A Reply

Your email address will not be published.