ଡେରାବିଶ ବ୍ଲକରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ।

3

କେନ୍ଦ୍ରାପଡ଼ା(ପ୍ରଫୁଲ୍ଲ କୁମାର ମଲ୍ଲ) ଡେରାବିଶ ବ୍ଲକ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି | ଜିଲ୍ଲାପାଳ ରଘୁରାମ ଆର ଆୟର,ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କୋଟାରିଆ,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ନବକ୍ରିଷ୍ଣ ଜେନା, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଜ୍ୟୋତି ରଞ୍ଜନ ଗୌଡ଼, ଡେପୁଟି କଲେକ୍ଟର ତୃପ୍ତି ମହାନ୍ତିଙ୍କ ସମେତ ବିଡ଼ିଓ, ତହସିଲଦାର, ବ୍ଲକ ଅଧ୍ୟକ୍ଷା ଏବଂ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ | ଆଜିର ଅଭିଯୋଗ ଶୁଣାଣିରେ ମୋଟ ୭୪ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ସେଥି ମଧ୍ୟରୁ ୫୫ ଟି ବ୍ୟକ୍ତିଗତ ଏବଂ ୧୯ ଟି ସାମୁହିକ ଅଭିଯୋଗ ରହିଛି | ଜିଲ୍ଲାପାଳ ଲୋକଙ୍କ ଅଭିଯୋଗ ଗୁଡିକ ଶୁଣିବା ସହିତ ତାହାର ସମାଧାନ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ସମସ୍ତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି | ପ୍ରକାଶଥାଉ କି ଆସନ୍ତା ୨୨ ତାରିଖ ଦିନ ଗରଦପୁର ଏବଂ ୨୯ ତାରିଖ ଦିନ ରାଜନଗର ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ | ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ରହିଥିବା ବିଭିନ୍ନ ଅଭିଯୋଗ ଗୁଡିକର ସମୀକ୍ଷା କରିଥିଲେ | ସମୀକ୍ଷା ବୈଠକରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ |

Leave A Reply

Your email address will not be published.