ଓଡ଼ଗାଁ,୧୬।୧୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ନନ୍ଦିଘୋର ଜବାହରଲାଲ ବିଦ୍ୟାପୀଠ ପରିସରରେ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ଆନୁକୂଲ୍ୟରେ ବ୍ଳକ ସ୍ତରୀୟ ଶିଶୁ ଉତ୍ସବ – ୨୦୨୫ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି।ଶିଶୁ ଉତ୍ସବର ପ୍ରଥମ ଏବଂ ଦ୍ବିତୀୟ ଅଧିବେଶନ ସତ୍ୟନାରାୟଣ ଆଚାର୍ଯ୍ୟଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିବା ସଭାରେ ବ୍ଳକ ଅତିରିକ୍ତ ଶିକ୍ଷା ଅଧିକାରି ରାଜକିଶୋର ସାହୁ,ରଘୁନାଥ ମଲ୍ଲିକ ଏବଂ ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟର ଅବସରପ୍ରାପ୍ତ ଓଡ଼ିଆ ବିଭାଗ ପ୍ରାଧ୍ୟାପକ ଡ. ଗୋବିନ୍ଦ ଚନ୍ଦ୍ର ଦାସ, ଅବସରପ୍ରାପ୍ତ ବ୍ଳକ ଶିକ୍ଷାଧିକାରୀ ଦାମୋଦର ଖିଲାର ପ୍ରମୁଖ ଯଥାକ୍ରମେ ମୁଖ୍ୟ ଅତିଥି, ମୁଖ୍ୟବକ୍ତା ଓ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଦ୍ବିତୀୟ ଅଧିବେଶନରେ ଓଷ୍ଟାର ରାଜ୍ୟ କାର୍ଯ୍ୟକାରିଣୀ ସମ୍ପାଦକ ମାଣିକେଶ୍ବର ସ୍ବାଇଁ ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ। ଏବଂ ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନ ଅଧ୍ୟାପକ ସୁଦୀପ୍ତ କୁମାର ଦଳେଇ, ନୟାଗଡ଼ ଜିଲ୍ଲା କାର୍ଯ୍ୟକାରୀ ସଭାପତି ଘନଶ୍ୟାମ ରାଉତ,ସମ୍ପାଦକ ମାନସ କୁମାର ସାହୁ, ଯୁଗ୍ମ ସମ୍ପାଦକ ପରମାନନ୍ଦ ଦଳେଇ, ଉପସଭାପତି ନୀରାକାର ସ୍ବାଇଁ, ଲକ୍ଷ୍ମୀଧର ମହାପାତ୍ର, ରମେଶ ଚନ୍ଦ୍ର ପ୍ରଧାନ, ଦେବରାଜ ସ୍ବାଇଁ, ତ୍ରିନାଥ ନାଏକ, ସୁନୀତା ବେହେରା, ଗୋଦାବରୀ ବସନ୍ତିଆ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ତର୍କ, କଣ୍ଠସଙ୍ଗୀତ, ଚିତ୍ରାଙ୍କନ, ସାଧାରଣ ଜ୍ଞାନ, ଆବୃତ୍ତି, ଗଳ୍ପ ଲିଖନ, କବିତା ରଚନା, ଏକକ ଅଭିନୟ ଓ ଏକକ ନୃତ୍ୟ ପ୍ରତିଯୋଗିତାର ସଫଳ ପ୍ରତିଯୋଗୀମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପ୍ରଶଂସାପତ୍ର ସହିତ ଟ୍ରଫି ପ୍ରଦାନ କରାଯାଇ ପୁରସ୍କୃତ କରାଯାଇଥିଲା। ପ୍ରତ୍ୟେକ ବିଭାଗର ପ୍ରଥମ ଏବଂ ଦ୍ବିତୀୟ ସ୍ଥାନ ହାସଲ କରିଥିବା କୃତି ପ୍ରତିଯୋଗୀ ମାନେ ଜିଲ୍ଲା ସ୍ତରକୁ ମନୋନୀତ ହୋଇଥିଲେ।।ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ସୁଲୋଚନା ସ୍ବାଇଁଙ୍କ ତତ୍ବାବଧାନରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା।
Sign in
Sign in
Recover your password.
A password will be e-mailed to you.