ବେଲଗୁଣ୍ଠା,-( ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଆମ୍ବପୁଆ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଉତ୍ସବ-୨୦୨୫ ଉଦ୍ଘାଟିତ ହୋଇଯାଇଛି I ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରି ଲୋପାମୁଦ୍ରା ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କ୍ରୀଡ଼ା ଉତ୍ସବରେ ମୁଖ୍ୟ ଅତିଥି ଭାବେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ କ୍ରୀଡ଼ାର ମହତ୍ତ୍ୱ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିବା ସହିତ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ନିକଟରେ ଶୃଙ୍ଖଳିତ ଖେଳୁଆଡ଼ ମନୋବୃତ୍ତି ରହିବା ଉଚିତ୍ ବୋଲି ଛାତ୍ରଛାତ୍ରୀଙ୍କୁ ପରମର୍ଶ ଦେଇଥିଲେ I ସେହିପରି ଗୋଷ୍ଠୀ ଶିକ୍ଷା ଅଧିକାରି ଶ୍ରୀମତୀ ରଥ ଛାତ୍ରଛାତ୍ରୀଙ୍କ ବ୍ୟକ୍ତିଗତ, ସାମାଜିକ, ଶାରୀରିକ, ମାନସିକ ଏବଂ ଆବେଗିକ ବିକାଶରେ କ୍ରୀଡା ମୁଖ୍ୟ ଭୂମିକା ଗ୍ରହଣ କରିଥାଏ ବୋଲି ପ୍ରକାଶ କରିଥିଲେ I କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ରୂପେ ବେଲଗୁଣ୍ଠା ବ୍ଳକ୍ ଉପାଧ୍ୟକ୍ଷା ପ୍ରମିଳା ପ୍ରଧାନ, ଯୁବ ସମାଜସେବୀ ତଥା ବିଧାୟକ ପ୍ରତିନିଧି ଜିତେନ୍ଦ୍ର ନାୟକ ପ୍ରମୁଖ ମଞ୍ଚାସୀନ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ I ଏହି ଅବସରରେ ବରିଷ୍ଠ ଏବଂ କନିଷ୍ଠ ବିଭାଗରେ ଅନୁଷ୍ଠିତ ବିଭିନ୍ନ କ୍ରୀଡ଼ାରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କୁ ଉପସ୍ଥିତ ଅତିଥିମାନେ ଟ୍ରଫି ଏବଂ ପ୍ରଶଂସା ପତ୍ର ଦେଇ ପୁରସ୍କୃତ କରିଥିଲେ I
Sign in
Sign in
Recover your password.
A password will be e-mailed to you.