ବାର୍ଷିକ କ୍ରୀଡା ଉତ୍ସବ କାର୍ଯ୍ୟକ୍ରମ ଉଦଯାପିତ।

2

( କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ବ୍ରହ୍ମପୁର ଭି ଭି ଗିରି ବାଳିକା ଉଚ୍ଚ ବିଦ୍ୟାଳୟ ବାର୍ଷିକ କ୍ରୀଡା ଉତ୍ସବ ଆଜି ଉଦଯାପିତ ହୋଇଯାଇଛି। ସ୍ଥାନୀୟ ଖଲିକୋଟ ବିଶ୍ୱ ବିଦ୍ୟାଳୟ ଖେଳ ପଡିଆ ରେ ପ୍ରଧାନ ଶିକ୍ଷୟିତ୍ରୀ ଚାନ୍ଦିନୀ ପଣ୍ଡା ଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଅର୍ଜୁନ ପୁରସ୍କାର ପ୍ରାପ୍ତ ଭାରତ୍ତୋଳକ କେ ରବି କୁମାର ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତି ପ୍ରତିଯୋଗୀଙ୍କୁ ସମ୍ମାନିତ କରିଥିଲେ ଓ ଅବସରପ୍ରାପ୍ତ କ୍ରୀଡା ଶିକ୍ଷକ କେଦାରନାଥ ଚୌଧୁରୀ ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସ୍ବପ୍ନଲତା ସାହୁ ପ୍ରମୁଖ ଅନ୍ୟତମ ଅତିଥି ଭାବେ ଯୋଗଦେଇ କ୍ରୀଡା ର ମାନ ଓ କ୍ରୀଡ଼ା କ୍ଷେତ୍ରରେ ଭାଗ ନେଇ ଶାରୀରିକ ଓ ମାନସିକ ସ୍ତରରେ ସଫଳତା ହାସଲ କରିବା ପାଇଁ ବକ୍ତବ୍ୟ ପ୍ରଦାନ କରିଥିଲେ। ଗତକାଲି ଠାରୁ ଆରମ୍ଭ ଏହି କ୍ରୀଡା ପ୍ରତିଯୋଗିତା କାର୍ଯ୍ୟକ୍ରମ କୁ ବିଦ୍ୟାଳୟ ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀ ମାନଙ୍କ ସହ ସ୍କାଉଟ୍ ଗାଇଡ୍ ଛାତ୍ରୀ ମାନେ ସହଯୋଗ କରିଥିଲେ।

Leave A Reply

Your email address will not be published.