ଜଗତସିଂହପୁର, ତା ୨୨.୧୨.୨୦୨୫ ରିଖ ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଏରସମା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୧୭୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୬୧ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୭ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୧୫ ଟି, ଆବାସ ଯୋଜନା ସମ୍ପର୍କୀୟ ୧୮ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୪୨ ଟି, ପୋଲିସ୍ ସହାୟତା ପାଇବା ପାଇଁ ୪ ଟି,ଭତ୍ତା ପାଇବା ପାଇଁ ୬୧ ଟି ଏବଂ ଅନ୍ୟାନ୍ୟ ୧୯ ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୨ ଟି ଅଭିଯୋଗ ର ତତକାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ , ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏରସମା ,ଶ୍ରୀ ଦାଶରଥି ଜେନା ,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ପ୍ରକାଶ ଥାଉ କି, ଡିସେମ୍ବର ୧୯ ତାରିଖ ରୁ ୨୫ ତାରିଖ ପର୍ଯ୍ୟନ୍ତ ସୁଶାସନ ସପ୍ତାହ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ଜନ ଶୁଣାଣୀ ଶିବିର ରେ ସୁଶାସନ ଶିବିର ଆୟୋଜନ କରାଯାଇ ଯୋଗ୍ୟ ହିତାଧୀକାରୀ ମାନଙ୍କୁ ଆବଶ୍ୟକୀୟ ସାଧନ ଯୋଗାଇ ଦିଆଯାଇଥିଲା।
Sign in
Sign in
Recover your password.
A password will be e-mailed to you.