ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଲାବଣ୍ୟଗଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନୀନ୍ଦ୍ର ହୋନନାଗା , ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା , ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଲାବଣ୍ୟଗଡ଼ ଗ୍ରାମ ପଞ୍ଚାୟତ ସମେତ , ରାମ୍ଫା , ଗାରାବନ୍ଧ ଓ ସୋବରା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୬୪ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୩୬ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୨୮ ଗୋଟି ଅଭିଯୋଗ ଆସିଥିଲା , ସେଥିମଧ୍ୟରୁ ୪ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରଯାଇଛି। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେଥିମଧ୍ୟରୁ ନୂତନ ଭାବେ ଅନୁମୋଦନ ହୋଇଥିବା ବାର୍ଦ୍ଧକ୍ୟ ଓ ଭିନ୍ନ କ୍ଷମ ଭତ୍ତା ୧୦ ଜଣଙ୍କୁ ପ୍ରଦାନ କରଯାଇଛି ଓ ୩୮ ଜଣଙ୍କୁ ପଟ୍ଟା ବଣ୍ଟନ କରଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୋଷାଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଏନ.ବୀରାରାଜୁ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୌର ଚନ୍ଦ୍ର ପଟ୍ଟନାୟକ , ତହସିଲଦାର ଶ୍ରୀ ନାରାୟଣ ବେହେରା , ସ୍ଥାନୀୟ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.