ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା ): ମଙ୍ଗଳ ବାର ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ସଂପର୍କ ରେ ଏକ ପ୍ରସ୍ତୁତି ବୈଠକ ଭଞ୍ଜନଗର ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଉମାଶଙ୍କର ବେହେରା ଅଧ୍ୟକ୍ଷତା କରିଥିଲେ। ଚଳିତ ୨୦୨୬ ସାଧାରଣତନ୍ତ୍ର ଦିବସ ପାଳନ ନେଇ ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଉମାଶଙ୍କର ବେହେରା ସମସ୍ତ ସଭ୍ୟ ସଭ୍ୟା ଙ୍କର ସହଯୋଗ କାମନା କରିବା ସହିତ ସମସ୍ତ ଙ୍କୁ ଶୁଭେଚ୍ଛା ଜଣାଇ ଥିଲେ। ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସ ଦିନ ପ୍ରତ୍ୟୁଷ ଘ ୫ : ୩୦ ମି ରେ ଉପଖଣ୍ଡ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଡ଼ାକବାଜି ଯନ୍ତ୍ର ଦ୍ବାରା ସହର ରେ ରାମଧୁନ୍ ପରିବେଷଣ କରାଯିବ। ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକରେ ସକାଳ ଘ ୭ :୧୫ ମି ରେ ପତାକା ଉତ୍ତୋଳନ କରିବେ । ସକାଳ ଘ ୮ : ୩୦ ମି ରେ ସ୍ଥାନୀୟ ଜେଲ ପଡ଼ିଆ ଠାରେ ମୁଖ୍ୟ ଅତିଥି ଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯିବ। ଚଳିତ ବର୍ଷ ପ୍ୟାରେଡ୍ ରେ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିବେ l ଏହା ସହ ଛାତ୍ରଛାତ୍ରୀ ଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ। ପ୍ୟାରେଡ୍ ଅଭ୍ୟାସ ଆସନ୍ତା ୨୧/୦୧/୨୦୨୬ ଓ ୨୨/୦୧/୨୦୨୬ ରେ ସ୍ଥାନୀୟ ଜେଲ ଗ୍ରାଉଣ୍ଡ ରେ ଅଭ୍ୟାସ କରିବା ନିମନ୍ତେ ସ୍ଥିର କରାଯାଇଛି । ଏଥି ସହ ଓଡ଼ିଆ ପ୍ରବନ୍ଧ ଲିଖନ,ଚିତ୍ରାଙ୍କନ ଓ ବ୍ରକ୍ତୃତା ପ୍ରତିଯୋଗିତା ଉପଖଣ୍ଡ ସ୍ତରୀୟ ଅନୁଷ୍ଠିତ ହେବ ବୋଲି ସ୍ଥିର କରାଯାଇଛି। ଏହି ପ୍ରସ୍ତୁତି ବୈଠକ ରେ ଭଂଜନଗର ଉପଖଣ୍ଡ , ଅତିରିକ୍ତ ଉପଜିଲ୍ଲାପାଳ ପ୍ରଧାନ ଟୁଲିଆମା ,
ଡେପୁଟି କଲେକ୍ଟର ଗୋପାଳ କୃଷ୍ଣ ରାଉତରାୟ, ଡେପୁଟି କଲେକ୍ଟର ରଚିତା ମହାପାତ୍ର, ସହକାରି ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର, ଆରକ୍ଷୀ ଅଧୀକ୍ଷକ ଡ଼ଃ ଦୀପକ କୁମାର ମିଶ୍ର, ତହସିଲଦାର ଅଭିପ୍ସା ପଟ୍ଟନାୟକ , ପୌରପାଳିକା କାର୍ଯ୍ୟ ନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା, ଭଞ୍ଜନଗର ଥାନାଧିକାରୀ ଜୀବନା ନନ୍ଦ ଜେନା, ସି.ଡି.ପି.ଓ ମିଲିମା ପଣ୍ଡା ,ଆର୍.ଟି.ଓ ଭାଗିରଥି ନାୟକ ସମେତ ସମସ୍ତ ବିଭାଗର ସରକାରୀ ଅଧିକାରୀ, ଏନ୍.ସି.ସି ଅଫିସର କେ.ଏସ.ୟୁ .ବି କଲେଜ,ବଣିକ ସଂଘର ସଭାପତି ଓ ସମ୍ପାଦକ,ଖୁଚୁରା ବ୍ୟବସାୟୀ ସଂଘ ର ସଭାପତି ଓ ସମ୍ପାଦକ, ମଧୁସୂଦନ ଟ୍ରଷ୍ଟ ର ସଭାପତି, ବିଶିଷ୍ଟ ସମାଜ ସେବୀ ମୁରଲୀଧର ପଣ୍ଡା,ବିଭିନ୍ନ ଅନୁଷ୍ଠାନର ସଦସ୍ୟ, ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ସମସ୍ତ ସାମ୍ବାଦିକ,ଶିକ୍ଷକ,ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ l ଏହି ପ୍ରସ୍ତୁତି ବୈଠକରେ ଉପଖଣ୍ଡ ସୂଚନା ଓ ଲୋକସଂପର୍କ ଅଧିକାରୀ ସନ୍ତୋଷ କୁମାର ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ,ସୂଚନା ଲୋକ ସମ୍ପର୍କ ବିଭାଗର ବରିଷ୍ଠ କର୍ମଚାରୀ ପ୍ରଦୀପ କୁମାର ପାତ୍ର, ପଦ୍ମ ଚରଣ ନାୟକ ଓ ତାରିଣି ସାହୁ ସହଯୋଗ କରିଥିଲେ, ଶେଷରେ ଉପଖଣ୍ଡ ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ନାୟକ ସମସ୍ତ ଙ୍କ ସହଯୋଗ କାମନା କରି ଧନ୍ୟବାଦ ଅର୍ପଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.