ବେଲଗୁଣ୍ଠା,-(ଶିବରାମ ଚୌଧୁରୀ)- , ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ଖଇରପୁଟି ପଂଚାୟତ ଉଚ୍ଚ ବିଦ୍ୟାଳୟର ଚଳିତ ବର୍ଷର ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଢ଼ିବାରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଭଳି ଅଭିଭାବକମାନଙ୍କର ମଧ୍ୟ ଗୁରୁ ଦାୟିତ୍ୱ ରହିଛି I ତେଣୁ ଅଭିଭାବକ ମାନେ ଉଚ୍ଚ ଶିକ୍ଷିତ ନହେଲେ ମଧ୍ୟ ନିଜ ସନ୍ତାନ ମାନଙ୍କୁ ଉଚ୍ଚ ଶିକ୍ଷିତ କରିବା ସହିତ ସେମାନଙ୍କର ଉପଯୁକ୍ତ ସଂସ୍କାର, ଆଚ଼ରଣ ପ୍ରତି ଯତ୍ନବାନ ହେବା ପାଇଁ ଉପସ୍ଥିତ ଅଭିଭାବକଙ୍କୁ ପରାମର୍ଶ ଦେଇଥିଲେ I ସେହିପରି କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ରୂପେ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲୋପାମୁଦ୍ରା ରଥ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସରପଞ୍ଚ ସତ୍ୟବାନ ସ୍ୱାଇଁ, ସମିତିସଭ୍ୟା ଶାନ୍ତି ବେହେରା, ଯୁବ ସମାଜସେବୀ ତଥା ବିଧାୟକ ପ୍ରତିନିଧି ଜିତେନ୍ଦ୍ର କୁମାର ନାୟକ, ଖଇରପୁଟି ଗ୍ରାମ୍ୟ ପରିଚାଳନା କମିଟି ସଭାପତି ପ୍ରମୋଦ ସ୍ଵାଇଁ, ଗାଙ୍ଗପୁର ଶରତଚନ୍ଦ୍ର ପଣ୍ଡା ସ୍ମାରକୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ,ତନରଡା ଆର୍ଯ୍ୟକନ୍ୟା ଗୁରୁକୂଳ ପ୍ରଧାନ ଶିକ୍ଷକ ସୂର୍ଯ୍ୟନାରାୟଣ ସେଠୀ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବଦ୍ରୀ ପ୍ରସାଦ ତ୍ରିପାଠି,ରମେଶ ଚନ୍ଦ୍ର ଦାସ,ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଗାୟତ୍ରୀ ମିଶ୍ର ଏବଂ ଡାକ୍ତର ବିଜୟ କୁମାର ଭୂୟାଁ ପ୍ରମୁଖ ମଞ୍ଚାସୀନ ରହି ଊପସ୍ଥିତ ଛାତ୍ର ଛାତ୍ରୀଙ୍କୁ ରାଷ୍ଟ୍ର ଗଠନରେ ସହାୟକ ହେବା ପାଇଁ ପରାମର୍ଶ ଦେବା ସହିତ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପ୍ରଶଂସା ପତ୍ର ଏବଂ ପୁରସ୍କାର ପ୍ରଦାନ କରି ସମ୍ମାନିତ କରିଥିଲେ I ପ୍ରଧାନ ଶିକ୍ଷକ ଶ୍ରୀ ମାଝୀ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ପୁରାତନ ଛାତ୍ର ରାଜେଶ୍ କୁମାର ସ୍ୱାଇଁ ମଞ୍ଚ ପରିଚାଳନା କରିଥିଲେ I ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ଅତିଥି, ଅଭିଭାବକ ଏବଂ ଛାତ୍ରଛାତ୍ରୀଙ୍କ ମନ କିଣି ନେଇଥିଲା I
Sign in
Sign in
Recover your password.
A password will be e-mailed to you.