( କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଛତ୍ରପୁର ଥାନା ଅନ୍ତର୍ଗତ ପୁରୁଣା ପାଟଣା ଗ୍ରାମର ଦିବାକର ଗୌଡ ନାମକ ଜଣେ ବ୍ୟକ୍ତି ଙ୍କର ମୃତ୍ୟୁ ଘଟିଛି ଓ ସେ ଗୃହରକ୍ଷୀ ଭାବେ କାର୍ଯ୍ୟରତ ବୋଲି ଜଣାପଡିଛି। ଘଟଣାରୁ ପ୍ରକାଶ ଯେ ନିଜ ଘର ସାମନାରେ ଏକ ଭୋଜି କାର୍ଯ୍ୟକ୍ରମ ରେ କାମ କରୁଥିବା ବେଳେ ଅସାବଧାନତା ବଶତଃ ବିଦ୍ୟୁତ୍ ସଂଯୋଗ ରେ ଗୁରୁତର ଆହତ ହୋଇ ଚିକିତ୍ସା ପାଇଁ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଡାକ୍ତରଖାନାରେ ପହଞ୍ଚି ମୃତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।
Sign in
Sign in
Recover your password.
A password will be e-mailed to you.