ନୟାଗଡ଼ (ବିଶ୍ଵଜିତ ନାୟକ):- ଆଜି ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ଏକ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଆରକ୍ଷୀ ପ୍ରଶିକ୍ଷଣ ବିଦ୍ୟାଳୟ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଅଛି ।ଏହି ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳାକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଏବଂ ନୟାଗଡ଼ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ ପ୍ରଦୀପ ପ୍ରଜ୍ବଳନ କରି ଉଦ୍ଘାଟନ କରିଥିଲେ । ଏହି ମେଳା ରେ ଆରକ୍ଷୀ ପ୍ରଶିକ୍ଷଣ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଭାବେଶ କୁମାର ନାୟକ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ, ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ର ଅଧ୍ୟକ୍ଷ ଶ୍ରୀ କାନ୍ତି ରଞ୍ଜନ ସାହୁ ଉପସ୍ଥିତ ରହି ନିଜର ବହୁମୂଲ୍ୟ ବକ୍ତବ୍ୟ ପ୍ରଦାନ କରିଥିଲେ । ସଭାକୁ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଶ୍ରୀ ମନସ୍ଵୀ ସେଠୀ ପରିଚାଳନା କରିଥିଲେ । ଏହି ନିଯୁକ୍ତି ମେଳାରେ ମୋଟ ୨୩ ଗୋଟି ନିଯୁକ୍ତି ଦାତା କମ୍ପାନୀ ଏବଂ ୭ ଜଣ ପ୍ରଶିକ୍ଷଣ ପ୍ରଦାନକାରୀ ସଂସ୍ଥା ଯୋଗ ଦେଇଥିଲେ । ଏହି ମେଳାରେ ବିଭିନ୍ନ ବ୍ଲକ ରୁ ସର୍ବମୋଟ ୧୦୬୫ ଜଣ ଛାତ୍ର ଛାତ୍ରୀ ଏବଂ ନିଯୁକ୍ତି ଆଶାୟୀ ପ୍ରାର୍ଥୀ ମାନେ ଯୋଗ ଦେଇ ନିଜର ପସନ୍ଦର ନିଯୁକ୍ତି ଦାତାଙ୍କ ପାଖରେ ପଞ୍ଜିକରଣ କରିଥିଲେ ।
Sign in
Sign in
Recover your password.
A password will be e-mailed to you.