ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨୮ତମ ବାର୍ଷିକ ଉତ୍ସବ ପାଳିତ

3

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨୮ତମ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି।
ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ପଟ୍ଟନାୟକଙ୍କ ପୌରହିତ୍ୟରେ ଏହି ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ପାରଳା ବିଧାୟକ ଇଂ ରୂପେଶ କୁମାର ପାଣିଗ୍ରାହୀ , ମୁଖ୍ୟ ବକ୍ତା ଭାବେ ଉପ ଜିଲ୍ଲାପାଳ ଶ୍ରୀ ଅନୁପ କୁମାର ପଣ୍ଡା , ସମ୍ମାନିତ ଅତିଥି ଭାବେ ଗୁମ୍ମା ବ୍ଲକର ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ମଣ୍ଡଳ , ବ୍ଳକ ଉପାଧ୍ୟକ୍ଷ ଶ୍ରୀ ଏସ. ଶ୍ରୀନିବାସ ରାଓ , ସରପଞ୍ଚ ଶ୍ରୀ ଏଡେଙ୍ଗା ଶବର , ଶ୍ରୀମତି ମାନସୀ ସାହୁ , ଅଧ୍ୟାପକ ଶ୍ରୀ ସୀତାରାମ ପ୍ରଧାନ ପ୍ରମୁଖ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଅତିଥି ଗଣ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ତମ ଶିକ୍ଷା ଗ୍ରହଣ କରିବା ସହିତ ସୁନାଗରିକ ହୋଇ ଦେଶ ସେବାରେ ନିଜକୁ ନିୟୋଜିତ କରିବା ପାଇଁ ପରାମର୍ଶ ଦେଇଥିଲେ। ସେହିପରି ପୂର୍ବରୁ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା।
ଏହି ଅବସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଥିଲା। ସବୁଠାରୁ ବଡ଼ ଆକର୍ଷଣ ଥିଲା ଅଭିନେତ୍ରୀ ତଥା ଗାୟିକା ଡ଼ଃ ଅନୁରାଧା ପାଣିଗ୍ରାହୀଙ୍କ ସଙ୍ଗୀତ ପରିବେଷଣ। ତାଙ୍କର ସଙ୍ଗୀତର ତାଳେ ତାଳେ ଛାତ୍ରଛାତ୍ରୀଙ୍କ ସହିତ ସମସ୍ତ ଅତିଥିମାନେ ଝୁମି ଉଠିଥିଲେ।
ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଅଧ୍ୟାପିକା , ଅଧ୍ୟାପକଙ୍କ ସମେତ କର୍ମଚାରୀମାନେ ସହଯୋଗ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଶ୍ରୀ ରବୀନ୍ଦ୍ର ପାଣିଗ୍ରାହୀ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

Leave A Reply

Your email address will not be published.