ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ରାଗିଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନିଲ କାନ୍ତ ମହାନ୍ତି , ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ରାଗିଡି ଗ୍ରାମ ପଞ୍ଚାୟତ ସମେତ ଗୁମ୍ମା , ତରଭା , ବ.କଲାକୋଟ ଓ ଡୁମ୍ବାଡ଼ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୧୦୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା – ୭୧ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୩୦ ଗୋଟି ଅଭିଯୋଗ ଆସିଥିଲା । ସେଥିମଧ୍ୟରୁ ତିନି ଜଣଙ୍କୁ ରେଡ୍କ୍ରସ୍ ପାଣ୍ଠିରୁ ୮୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।
ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ପକ୍ଷରୁ ୧୦ ଜଣଙ୍କୁ ନୂତନ ଭାବେ ମଧୁବାବୁ ପେନସନ ଯୋଜନାରେ ସାମିଲ୍ କରାଯାଇଛି। ଜଣକୁ ଜାତୀୟ ପରିବାର ମଙ୍ଗଳ ଯୋଜନାରେ ୨୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ସେହିପରି ଜଣଙ୍କୁ ଦିବ୍ୟାଙ୍ଗ ବିବାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ଲକ୍ଷ ୫୦ ହଜାର ଟଙ୍କା ଦିଆଯାଇଛି। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦୁଲାରାମ ମାରାଣ୍ଡି , ଏସିଏଫ୍ ପାରଳାଖେମୁଣ୍ଡି ଶ୍ରୀମତୀ ସାଇନଶ୍ରୀ ଦାଶ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ , ତହସିଲଦାର , ସ୍ଥାନୀୟ ସମସ୍ତ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.
Next Post