ସୋରଡ଼ା ଠାରେ ପଞ୍ଚାୟତ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ରେ ୩୧୭ ଟି ଅଭିଯୋଗ ଗ୍ରହଣ

3

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଗଞ୍ଜାମ ଜିଲ୍ଲା ସୋରଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସୋରଡ଼ା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଆଜି ସୋମବାର ୧୨ ତାରିଖ ମଙ୍ଗଳ ବାର ୨୦୨୬ ଦିବସ ରେ ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ ଡ. ପ୍ରମୋଦ କୁମାର ପୃଷ୍ଟି ଅଭିଯୋଗ ଶୁଣାଣୀ ଶିବିରରେ ଯୋଗଦେଇ ମୋଟ ୩୧୭ ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ସେଥି ମଧ୍ୟରୁ ୨୯୨ ଟି ବ୍ୟକ୍ତିଗତ ଅଭିଯୋଗ ଥିବା ବେଳେ ୨୫ ଗୋଟି ସାମୂହିକ ଅଭିଯୋଗ ରହିଥିଲା। ସେହିପରି ୨୮ଗୋଟି ଅଭିଯୋଗର ତତକ୍ଷଣାତ୍ ସମାଧାନ ହୋଇଥିଲା। ରେଡକ୍ରସ ପାଣ୍ଠି ରୁ ୨ ଜଣଙ୍କୁ ସହାୟତା ରାଶି ବାବଦରେ ୩୫,୦୦୦ ଟଙ୍କା ପ୍ରଦାନ କରାଯାଇଥିଲା ବେଳେ,ଗୋଟିଏ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ଆବେଦନ ହୋଇଥିଲା।ଜନଶୁଣାଣି ଶିବିର ରେ ମୁଖ୍ୟତଃ ମଧୁବାବୁ ପେନସନ୍, ପିଏମ୍ ଆବାସ ଓ ଅନ୍ତୋର୍ଦୟ ଗୃହ ଯୋଜନାରେ ଗୃହ ବଣ୍ଟନ,ରାସନ କାର୍ଡ,ଜମିଜମା ସଂପର୍କିତ ସମେତ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଦରଖାସ୍ତ ମାନ ହସ୍ତଗତ ହୋଇଥିଲା। ଶିବିରରେ ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଉମାଶଙ୍କର ବେହେରା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଭାଞ୍ଜନଗର ରଞ୍ଜନ କୁମାର ଦେ, ସୋରଡ଼ା ବିଡିଓ ତନ୍ମୟ କୁମାର ପାତ୍ର,ଏବିଡିଓ ସଞ୍ଜିବ ରାଜ ସେନାପତି ଙ୍କ ସମେତ ଅନ୍ୟ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ।ସୋରଡ଼ା ବ୍ଲକ ଅନେକ କାର୍ଯ୍ୟାଳୟର କର୍ମଚାରୀ ଉପସ୍ଥିତ ରହି ଆୟୋଜିତ ପଞ୍ଚାୟତ ସ୍ତରୀୟ ଜନଶୁଣାଣୀ ପରିଚାଳନାରେ ସହଯୋଗ କରିଥିଲେ।

Leave A Reply

Your email address will not be published.