ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ନାଟଙ୍ଗା ଦୀନବନ୍ଧୁ ବିଦ୍ୟାପୀଠର ଚଳିତ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି I ପ୍ରଧାନ ଶିକ୍ଷୟିତ୍ରୀ ଡୋକି ସରୋଜିନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଠନରେ ଗୁଣାତ୍ମକ ଶିକ୍ଷା ଏବଂ ଉପଯୁକ୍ତ ଶିକ୍ଷକଙ୍କ ଆବଶ୍ୟକତା ରହିଛି ବୋଲି ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ I ସେହିପରି ମୁଖ୍ୟବକ୍ତା ରୂପେ ଅବସରପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ହୃଷିକେଶ ବିଶ୍ୱାଳ ଯୋଗଦେଇ ଶୃଙ୍ଖଳା ହିଁ ସଫଳତାର ମାପ କାଠି ବୋଲି ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ I ସେହିପରି ସମ୍ମାନିତ ଅତିଥି ଭାବେ ଯୁବ ସଂଗଠକ ତଥା ବିଧାୟକ ପ୍ରତିନିଧି ଜିତେନ୍ଦ୍ର କୁମାର ନାୟକ, ପୂର୍ବତନ ସରପଞ୍ଚ ପ୍ରହଲ୍ଲାଦ ଲେଙ୍କା,ଅବସରପ୍ରାପ୍ତ କିରାଣୀ ସୂର୍ଯ୍ୟ ନାରାୟଣ ଗୌଡ଼ ପ୍ରମୁଖ ମଞ୍ଚାସୀନ ଥିଲେ I ଶିକ୍ଷକ ତଥା ହାସ୍ୟ ଅଭିନେତା ଅଜିତ୍ କୁମାର ପଣ୍ଡା ମଞ୍ଚ ସଂଯୋଜନା କରିଥିବା ବେଳେ ଶିକ୍ଷକ ପ୍ରଭାତ କୁମାର ଗୌଡ଼ଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠାନର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ମାନେ ପ୍ରଶଂସା ପତ୍ର ଏବଂ ଟ୍ରଫି ଦେଇ ପୁରସ୍କୃତ କରିଥିଲେ I ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା I
Sign in
Sign in
Recover your password.
A password will be e-mailed to you.