ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ସରସ୍ଵତୀ ଶିଶୁ ବିଦ୍ୟା ଭବନର ୨୯ ତମ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି। ଅନୁଷ୍ଠାନର ସମ୍ପାଦକ ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହ ଛାତ୍ରଛାତ୍ରୀଙ୍କ ପ୍ରତିଭା ବିକାଶରେ ବାର୍ଷିକ ଉତ୍ସବର ଭୂମିକା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ମୁଖ୍ୟ ବକ୍ତା ଭାବେ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରି ଲୋପାମୁଦ୍ରା ରଥ ଯୋଗ ଦେଇ କ୍ରୀଡା ଓ ବ୍ୟାୟାମର ଉପକାରିତା ଉପରେ ଛାତ୍ର ଛାତ୍ରୀ ମାନଙ୍କୁ ବକ୍ତବ୍ୟ ପ୍ରଦାନ କରିଥିଲେ। ସେହିପରି ସମ୍ମାନିତ ଅତିଥି ଭାବେ ବେଲଗୁଣ୍ଠା ନଗର ସାଂସଦ ପ୍ରତିନିଧି ନାରାୟଣ ସାହୁ,ବେଲଗୁଣ୍ଠା ପ୍ରେସକ୍ଲବ ସଭାପତି ପ୍ରଦ୍ୟୁମ୍ନ ପାତ୍ର, ବରିଷ୍ଠ ସାମ୍ବାଦିକ ସୂର୍ଯ୍ୟନାରାୟଣ ତ୍ରିପାଠି,ସିଡିପିଓ ନଳିନୀ ମହାରଣା, ଶିକ୍ଷକ ଅଜିତ୍ କୁମାର ପଣ୍ଡା ପ୍ରମୁଖ ମଞ୍ଚାସୀନ ଥିଲେ I ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ଶିବରାମ ପ୍ରଧାନ ଅତିଥି ମାନଙ୍କୁ ସ୍ଵାଗତ ଓ ପରିଚୟ ପ୍ରଦାନ କରିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବାବେଳେ ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀ ଶୁଭଶ୍ରୀ ଦାସ ଏବଂ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାରେ କୃତିତ୍ୱ ହାସଲ କରିଥିବା ଛାତ୍ର କୌଟିଲ୍ଯ ପଣ୍ଡାଙ୍କୁ ସ୍ଵତନ୍ତ୍ର ଭାବେ ସମ୍ମାନିତ କରାଯାଇଥିଲା I ଏହା ସହିତ ଅନୁଷ୍ଠାନ ପକ୍ଷରୁ ବେଲଗୁଣ୍ଠା ପ୍ରେସକ୍ଳବର ଶିବରାମ ଚୌଧୁରୀ, ନାରାୟଣ ପଣ୍ଡା, କୃଷ୍ଣଚନ୍ଦ୍ର ପଟନାୟକ, ପଞ୍ଚାନନ ସାହୁ,ସୁରେଶ ସୁବୁଦ୍ଧି, ବିନ୍ଦୁପ୍ରିୟା ଦାଶ,ଅଟୋ ଚାଳକ ଏବଂ ସମାଜସେବୀଙ୍କୁ ସମ୍ମାନିତ କରାଯାଇଥିଲା I ଅନୁଷ୍ଠାନର ସମସ୍ତ ଗୁରୂମା,ଗୁରୁଜୀ ଏବଂ କର୍ମଚାରୀ କାର୍ଯ୍ୟକ୍ରମ ସଫଳରେ ସହାୟକ ହୋଇଥିଲେ।
Sign in
Sign in
Recover your password.
A password will be e-mailed to you.