ବିଜେପିରେ ଯୋଗଦେଲେ ଓକିଲ ଓ ବିଭିନ୍ନ ଦଳର ନେତା

2

ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବୀମାଲ : ୧୯/୧ : ମାଲକାନଗିରି ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଜିଲ୍ଲାର ବହୁ ଓକିଲ ଓ ବିଭିନ୍ନ ଦଳର କର୍ମୀ ଓ ନେତା ବିଜେପିରେ ସାମିଲ ହୋଇଛନ୍ତି। ବିଜେପି ସଭାପତି ଅଶୋକ ପରିଡାଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ନବରଙ୍ଗପୁର ସାଂସଦ ବଳଭଦ୍ର ମାଝି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦଳରେ ନୂତନ ଭାବେ ସାମିଲ ହୋଇଥିବା ଓକିଲ ଓ ବିଭିନ୍ନ ଦଳର କର୍ମୀମାନଙ୍କୁ ଦଳୀୟ ଟୋପି ଓ ଉପଢୌକନ ପ୍ରଦାନ ପୂର୍ବକ ସ୍ବାଗତ କରିଥିଲେ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ନରସିଂହ ମାଡକାମୀ, ରାଜ୍ୟ ବିଜେପି ଉପସଭାପତି ରମେଶ ସାହୁ, ସାଂସଦ ପ୍ରତିନିଧି ସଂଜୟ ସରକାର, ବାଲିମେଳା ଏନଏସି ଅଧ୍ୟକ୍ଷ ପ୍ରଦୀପ ନାୟକ, ମାଥିଲି ବ୍ଲକ ଅଧ୍ୟକ୍ଷ ମହେଶ ବାକା, ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦଶରଥ ପଡିଆମି, ବ୍ଲକ ଉପାଧ୍ୟକ୍ଷ ନିରଞ୍ଜନ ହାଲଦାର, ନବଘନ ଲୋକେଇ, ମାଣିକ ଚକ୍ରବର୍ତ୍ତୀ, ନିହାର ରାୟ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.