କଟକ,ତା୧୯.୦୧.୨୦୨୬ ରିଖ – କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଓସୱାନ୍ ସମ୍ମିଳନୀ କକ୍ଷଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣି ରେ ସମୁଦାୟ ୮୦ ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ ତନ୍ମଧ୍ୟ ରେ ୭୬ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୪ଟି ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୨ଟି ଅଭିଯୋଗର ତ୍ଵରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରଯାଇଥିଲା । ଏହି ଅଭିଯୋଗ ଶୁଣାଣି କାଳରେ ଅତିରକ୍ତ ଜିଲ୍ଲାପାଳ ଶ୍ରୀ କମଲଜିତ୍ ଦାସ, ଉପ ଆୟୁକ୍ତ କମିଶନରେଟ୍ ପୁଲିସ,ଶ୍ରୀ ଋଷିକେଶ ଖିଲାରୀ ଦ୍ୟାନଦେଓ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ନାୟକ, ଉପଜିଲ୍ଲାପାଳ କଟକ ସଦର ଶ୍ରୀ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ,ଆରକ୍ଷୀ ଅଧିକ୍ଷକଶ୍ରୀ ବିନୀତ ଅଗ୍ରୱାଲ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏଥିସହ ପାନୀୟ ଜଳ, ବାର୍ଦ୍ଧକ୍ୟ ଭତ୍ତା , ଭିନ୍ନକ୍ଷମ ଭତ୍ତା, ସ୍ୱାସ୍ଥ୍ୟ,ଶିକ୍ଷା,କୃଷି,ପ୍ରାଣୀ ସମ୍ପଦ ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜୀକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଠାରେ ସୂଚନାଯୋଗ୍ୟ ଆସନ୍ତା ୨୭.୦୧.୨୦୨୬ ତାରିଖରେ ନରସିଂହପୁର ବ୍ଲକଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।
Sign in
Sign in
Recover your password.
A password will be e-mailed to you.