ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଶୀତକାଳୀନ ସ୍ଵତନ୍ତ୍ର ସେବା ଶିବିର ପୋଷ୍ୟ ଗ୍ରାମ ନୂଆଁ ପର୍ଶୁଲୁଣ୍ଡା ଠାରେ ଅନୁଷ୍ଠିତ ହୋଇଯାଇଛି I ଅନୁଷ୍ଠାନ ଅଧ୍ୟକ୍ଷ ଡ ଗିରିଧର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କ୍ଷତ୍ରିୟବରପୁର ସମିତି ସଭ୍ୟ କୁଞ୍ଜବିହାରୀ ନାୟକ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଗାଲେରୀ ଦଣ୍ଡପାଣି ମହାରଥା ମହାବିଦ୍ୟାଳୟ ରାଜନୀତୀ ବିଜ୍ଞାନ ବିଭାଗ ଅଧ୍ୟାପକ ଦିବ୍ୟଲୋଚନ ବିଶ୍ୱାଳ ଯୋଗଦେଇ ଶିବିରାର୍ଥୀମାନଙ୍କୁ ଜାତୀୟ ସେବା ଯୋଜନାର ଉଦ୍ଦେଶ୍ୟ ଏବଂ ଆବଶ୍ୟକତା ଉପରେ ମତ ଉପସ୍ଥାପନ କରିଥିଲେ I କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଅନୁଷ୍ଠାନର ପ୍ରଶାସନିକ ଅଧିକାରୀ ତଥା ରାସାୟନ ବିଜ୍ଞାନ ବିଭାଗୀୟ ମୁଖ୍ୟ ଡ ଇଂ ରବିନାରାୟଣ ପାତ୍ର ଯୋଗ ଦେଇ ଶୀତ କାଳୀନ ଶିବିର ସମ୍ପର୍କରେ ସାର ଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିଲେ I ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଅଧିକାରୀ ସୀମାଞ୍ଚଳ ମହାନ୍ତି ଅତିଥି ମାନଙ୍କୁ ସ୍ୱାଗତ ଏବଂ ସଭା ସଂଯୋଜନା କରିବା ସହ ଧନ୍ୟବାଦ ଜ୍ଞାପନ କରିଥିଲେ I
Sign in
Sign in
Recover your password.
A password will be e-mailed to you.