୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ ଏକ ବନ୍ଧୁତ ପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ଆୟୋଜିତ

2

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ ଗଣମାଧ୍ୟମ ଏକାଦଶ ଓ ଜିଲ୍ଲା ପ୍ରଶାସନ ଏକାଦଶ ମଧ୍ୟରେ ଆୟୋଜିତ ଏକ ବନ୍ଧୁତ ପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ସ୍ଥାନୀୟ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ଖେଳ ପଡିଆ ଠାରେ ଆୟୋଜିତ ହୋଇଥିଲା। ଏଥିରେ ଜିଲ୍ଲା ପ୍ରଶାସନ ଏକାଦଶ ବିଜେତା ହୋଇଥିଲେ।
ଉକ୍ତ ମ୍ୟାଚ୍ ରେ ସନ୍ତୋଷ କୁମାର ପ୍ରଧାନ ଜିଲ୍ଲା ପ୍ରଶାସନ ଏକାଦଶ ତରଫରୁ ଦଳ ପାଇଁ ବ୍ୟାଟିଂ କରି ୪୬ ରନ ସଂଗ୍ରହ ଓ ଏକ ଓଭର ବୋଲିଂ କରି ଦଳ ପାଇଁ ୧ ୱିକେଟ୍ ନେଇ ମେନ୍ ଅଫ ଦି ମ୍ୟାଚ୍ ଘୋଷିତ ହୋଇଥିଲେ।
ଏହି ବନ୍ଧୁତା ପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ର ଉତପ୍ରେରକ ଥିଲେ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ୍ , ପାରଳାଖେମୁଣ୍ଡି ଶାଖା। ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ , ସହକାରୀ ଜିଲ୍ଲାପାଳ ତଥା ଭାରପ୍ରାପ୍ତ କ୍ରୀଡ଼ା ଅଧିକାରୀ ଶ୍ରୀ ତ୍ରିନାଥ ସାହୁ , ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।
ଏହି ମ୍ୟାଚ ରେ ଜିଲ୍ଲାର ସମସ୍ତ ଗଣମାଧ୍ୟମ ପ୍ରତିନିଧି ଗଣ ଓ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ ମାନେ ପ୍ରମୁଖ ଉପସ୍ଥିତ ଥିଲେ। ଏହି ମ୍ୟାଚ୍ ଟି ଜିଲ୍ଲା କ୍ରୀଡ଼ା ବିଭାଗ ତରଫରୁ ସମ୍ପାଦିତ ହୋଇଥିଲା।

Leave A Reply

Your email address will not be published.