ମାର୍ଶାଘାଇ ବ୍ଲକରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।

2

କେନ୍ଦ୍ରାପଡ଼ା: ୨୭.୦୧(ପ୍ରଫୁଲ୍ଲ କୁମାର ମଲ୍ଲ) ମାର୍ଶାଘାଇ ବ୍ଲକଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି | ଆଜିର ଶିବିରରେ ମୋଟ ୫୮ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ୫୦ଟି ବ୍ୟକ୍ତିଗତ ଏବଂ ୮ ଟି ସାମୁହିକ ଅଭିଯୋଗ ପଞ୍ଜିକୃତ ହୋଇଥିଲା | ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଜଣଙ୍କୁ ୨୮ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି | ୫ ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା | ପଞ୍ଜିକୃତ ଅଭିଯୋଗ ଗୁଡିକରେ ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି | ପରେ ଜିଲ୍ଲାପାଳ ପୂର୍ବରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ପଞ୍ଜିକୃତ ହୋଇଥିବା ଅଭିଯୋଗ ଗୁଡିକ ସମୀକ୍ଷା କରିଥିଲେ | ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ରଘୁରାମ ଆର ଆୟର,ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କୋଟାରିଆ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଜ୍ୟୋତିରଞ୍ଜନ ଗୌଡ଼ ସମେତ ମାର୍ଶାଘାଇ ବିଡ଼ିଓ ତହସିଲଦାର ଏବଂ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ | ପ୍ରକାଶଥାଉ କି ଆସନ୍ତା ୨ ଫେବୃଆରୀ ରେ ଆଳି ବ୍ଲକ,୯ ତାରିଖରେ ମହାକାଳପଡ଼ା ବ୍ଲକ,୧୬ ତାରିଖରେ ଡେରାବିଶ ବ୍ଲକ ଏବଂ ୨୩ ଫେବୃଆରୀ ରେ ଗରଦପୁର ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ |

Leave A Reply

Your email address will not be published.