ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଏସ.କାରଡ଼ାସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ , ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁଵାରକ ଅଲ୍ଲୀ ପ୍ରମୁଖ ଜନ ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ଏସ.କରାଡାସିଂ ଗ୍ରାମ ପଞ୍ଚାୟତ ସମେତ କରାଡାସିଂ , ଲାଇଲାଇ ଓ ନାରାୟଣପୁର ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୭୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା – ୧୮ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୫୭ ଗୋଟି ଅଭିଯୋଗ ଆସିଥିଲା ଓ ଗୋଟିଏ ଅଭିଯୋଗ କୁ ତୁରନ୍ତ ସମାଧାନ କରଯାଇଛି।
ସେଥିମଧ୍ୟରୁ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ପକ୍ଷରୁ ୬ ଜଣଙ୍କୁ ନୂତନ ଭାବେ ମଧୁବାବୁ ପେନସନ ଯୋଜନାରେ ସାମିଲ୍ କରାଯାଇଛି। ସେହିପରି ଜଣ ଦିବ୍ୟାଙ୍ଗକୁ ବିବାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ଲକ୍ଷ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ
ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ , ପଞ୍ଚାୟତ ସମିତି ଉପ-ଅଧ୍ୟକ୍ଷ ଶ୍ରୀ ଜ୍ୟୋତିରାଜ ପାଣି , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବାରିକ , ତହସିଲଦାର , ସ୍ଥାନୀୟ ସମସ୍ତ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.