ଆର ଭାଲିଆ ସାହି ସରକାରୀ ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

0

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରା.ଉଦୟଗିରି ବ୍ଲକ ସୁବଲଡା ଗ୍ରାମପଞ୍ଚାୟତ ସ୍ଥିତ ରା.ଭାଲିଆସାହି ସରକାରୀ ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ୨୦୨୫-୨୦୨୬ ମହାସମାରହରେ ପାଳିତ ହୋଇଯାଇଛି ।
ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ଶବରଙ୍କ ସଭାପତିତ୍ବ ରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରା.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷ ଲକ୍ଷ୍ମୀନାରାୟଣ ଶବର , ମୁଖ୍ୟବକ୍ତା ଭାବେ ରାମଗିରି ସ୍ଥିତ ପି ଏମ ଶ୍ରୀ ସରକାରୀ (ଏସ ଏସ ଡି) ଉଚ୍ଚମାଧ୍ୟମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସଞ୍ଜିବ କୁମାର ନାୟକ , ସମ୍ମାନିତ ଅତିଥିଭାବେ ୧୨ ନମ୍ବର ଜୋନ ଜିଲ୍ଲାପରିଷଦ ସଭ୍ୟ ଦଣ୍ଡପାଣି ବଡମୁଣ୍ଡି , ସମିତିସଭ୍ୟ ଗଙ୍ଗାଧର ରଇତ , ବିଧାୟକ ପ୍ରତିନିଧି ଗୋପାଳ କୃଷ୍ଣ ଦଳାଇ , ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବନମାଳୀ ଶବର ଓ ଆଖପାଖ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗଣ ପ୍ରମୁଖ ମଞ୍ଚାସୀନ ହୋଇଥିଲେ।
ଛାତ୍ରୀମାନଙ୍କ ଦ୍ୱାରା ସ୍ବାଗତ ସଂଗୀତ ନୃତ୍ୟ ପରିବେଷଣ ଓ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଙ୍କ ଦ୍ୱାରା ବିବରଣୀ ପଠନ କରାଯାଇଥିଲା। ଅତିଥିଙ୍କ ଅଭିଭାଷଣ ପରେ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ପୂର୍ବରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ଶେଷରେ ଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହାଇଥିଲା।
କାର୍ଯ୍ୟକ୍ରମରେ ସମସ୍ତ ଅଭିଭାବକ , ବିଦ୍ୟାଳୟ ପରିଚାଳନା କମିଟି ର ସଦସ୍ୟ , ୱାର୍ଡ ମେମ୍ବର ଓ ସ୍ଥାନୀୟ ବୁଦ୍ଧିଜୀବୀ ମାନେ ଉପସ୍ଥିତ ଥିଲେ। ପି ଏମ ଶ୍ରୀ ସରକାରୀ ଏସ ଏସ ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବିଜ୍ଞାନ ବିଭାଗ ଇଂରାଜୀ ଅଧ୍ୟାପକ ଅଞ୍ଜିତ କୁମାର ପରିଛା ମଞ୍ଚ ପରିଚାଳନା କରିଥିବା ବେଳେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଓ କର୍ମଚାରୀ ମାନେ ପରିଚାଳନା ରେ ସହଯୋଗ କରିଥିଲେ।

Leave A Reply

Your email address will not be published.