୨୦୨୭ ଜନଗଣନା ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ।

0 2

 

କେନ୍ଦ୍ରାପଡ଼ା:୦୬.୦୨(ପ୍ରଫୁଲ୍ଲ କୁମାର ମଲ୍ଲ) ଆସନ୍ତା ୨୦୨୭ ପ୍ରଥମ ପର୍ଯ୍ୟାୟ ଜନଗଣନା ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି | ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାସ୍ତରୀୟ ଜନଗଣନା ଅଧିକାରୀମାନଙ୍କୁ ନେଇ ସମୀକ୍ଷା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ୨୦୧୧ ପରେ ୧୫ ବର୍ଷ ବ୍ୟବଧାନରେ ଜନଗଣନା ହେଉଥିବାରୁ ସଠିକ ଏବଂ ଦାୟିତ୍ୱବାନ ହୋଇ ଜନଗଣନା କାର୍ଯ୍ୟ କରିବାକୁ ବୈଠକରେ ଅଧ୍ୟକ୍ଷତା କରିଥିବା ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର କୁମାର ମାଲିକ କହିଛନ୍ତି | ଆଜିର ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ଅରୁଣ କୁମାର ନାୟକ,ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ବାରିକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାନ୍ତି,ଡିଡି ପ୍ଲାନିଂ ଆରତୀ ନାୟକ, କେନ୍ଦ୍ରାପଡ଼ା ମୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ଅଜିତ ନାରାୟଣ ଗିରି,ପଟ୍ଟାମୁଣ୍ଡାଇ ମୁନିସିପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରୀ ରଞ୍ଜନ କୁମାର ଦାସଙ୍କ ସମେତ ସମସ୍ତ ତହସିଲଦାର, ଅତିରିକ୍ତ ତହସିଲଦାର,ଡେପୁଟି କଲେକ୍ଟର ମାନେ ଉପସ୍ଥିତ ଥିଲେ |

Leave A Reply

Your email address will not be published.