ନବରଙ୍ଗପୁର ତା୧୬.୦୨.୨୦୨୬:ଅଶୋକ ସାହୁ: ଆଜି ଡାବୁଗାଁ ପଞ୍ଚାୟତ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଡି ଏଫ୍ ଓ ଶୁଭେନ୍ଦୁ ପ୍ରସାଦ ବେହେରା,ଉପ ଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଯଦୁମଣି ନାଏକ,ବି ଡି ଓ ସମୀର ପାତ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟାଙ୍ଗ ମାନଙ୍କୁ ୩ଟି ଟ୍ରାଇସାଇକେଲ ଏବଂ ୧ ଟି ହୁଇଲ ଚେୟାର ପ୍ରଦାନ କରାଯାଇଥିଲା।୩ଜଣ ବିଭିନ୍ନ କାରଣରୁ ଅଙ୍ଗହୀନ ହୋଇଥିବା ଦିବ୍ୟାଙ୍ଗ ଙ୍କୁ କୃତିମ ଅଙ୍ଗ ପ୍ରଦାନ ନିମନ୍ତେ ମଞ୍ଜୁରୀ କରାଯାଇଥିଲା।ସେଭଳି ବିଭିନ୍ନ କାରଣରୁ ଆହତ ଏବଂ ଅକ୍ଷମ ୪ଜଣ ରୋଗୀଙ୍କୁ ଉତ୍ତମ ଶାରୀରିକ ଚିକିତ୍ସା ନିମନ୍ତେ ଉନ୍ନତ ପୁନର୍ବାସ କେନ୍ଦ୍ର ରେ ଯନ୍ତ୍ରଣା ଉପଶମ ଓ ଚିକିତ୍ସା ପାଇଁ ପଦକ୍ଷେପ ନିଆଗଲା।
Sign in
Sign in
Recover your password.
A password will be e-mailed to you.