ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଓ ଗଜପତି ଜିଲ୍ଲା ପ୍ରଶାସନଙ୍କ ଅନୁମୋଦନ କ୍ରମେ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ନିଶା ମୁକ୍ତ ଭାରତ ଅଭିଯାନର ନିଶା ସେବନର କୁପ୍ରଭାବ ଉପରେ ଆଲୋକପାତ କରି ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା।
ଏହି ରାଲି ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରୁ ଆରମ୍ଭ ହୋଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ , ଗଜପତି ଠାରେ ଶେଷ ହୋଇଥିଲା। ଏଥିରେ ସ୍କୁଲ ଏବଂ କଲେଜ ଛାତ୍ର ଓ ଛାତ୍ରୀ , “ଜୀବନ କିରଣ” ନିଶାସକ୍ତ ବ୍ୟକ୍ତିଙ୍କ ପାଇଁ ସମନ୍ୱିତ ଥଇଥାନ କେନ୍ଦ୍ରର କର୍ମଚାରୀ , ଏନ୍.ସି.ସି କ୍ୟାଡେଟ୍ , ଗଜପତିର ତୃତୀୟ ଲିଙ୍ଗୀର ସଦସ୍ୟମାନେ ଅଂଶଗ୍ରହଣ କରିଥିଲେ। ଏହି ସଚେତନତା ପଦ ଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ଶ୍ରୀମତୀ ଉତ୍ସର୍ଗୀତା ବଡରଇତ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ , ଗଜପତି , ଶ୍ରୀ ଏଲ୍.ସନ୍ତୋଷ କୁମାର , ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ , ପାରଳାଖେମୁଣ୍ଡି , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର କର୍ମଚାରୀ ଏବଂ ଅନ୍ୟାନ୍ୟ ବେସରକାରୀ ସ୍ୱେଚ୍ଛାସେବୀ ସଂଗଠନର କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.