ବିଜେପି ମଣ୍ଡଳ ସଭାପତିଙ୍କ ସହ ୧୫ରୁ ଉର୍ଧ୍ଵ  କର୍ମୀ ବିଜେଡିରେ ଯୋଗଦେଲେ

0

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନେତୃତ୍ୱ ଏବଂ ଜନହିତକର କାର୍ଯ୍ୟକ୍ରମ ପ୍ରତି ଆକୃଷ୍ଟ ହୋଇ ଆଜି ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପାନ୍ଦ୍ରିପାଣି ବିଜେପି ମଣ୍ଡଳ ସଭାପତି ଶ୍ରୀ ରାମଚନ୍ଦ୍ର କୋପିଙ୍କ ୧୫ରୁ ଊଦ୍ଧ୍ୱର୍ ବରିଷ୍ଠ  କର୍ମୀ ନବୀନ ନିବାସରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଆନୁଷ୍ଠାନିକ  ଭାବେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି ।

 ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶ୍ରୀ କୋପିଙ୍କୁ ସ୍ୱାଗତ କରିବା ସହ କହିଥିଲେ ଯେ ଆଜି ବିଜେପିର ନେତା ଓ କର୍ମୀ ଆମ ଦଳରେ ଯୋଗ ଦେଇଥିବାରୁ ମୁଁ ବହୁତ ଖୁସି । ଏହି ଯୋଗଦାନ ବିଜୁ ଜନତା ଦଳର ଶକ୍ତି ବୃଦ୍ଧି ହେବାରେ ସହାୟକ ହେବ ।

ଆଜିର ଏହି କାର୍ଯ୍ୟକ୍ରମରେ କୋରାପୁଟ ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ଜିଲ୍ଲା ସଂଯୋଜକ ଶ୍ରୀ ପ୍ରକାଶ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

 

Leave A Reply

Your email address will not be published.