ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ରାଜ୍ୟ ବ୍ୟାପୀ ଓଡ଼ିଆ ପକ୍ଷ ପାଳିତ ଅବସରରେ ଗଜପତି ଜିଲ୍ଲାସ୍ତରୀୟ ଆମ ପୋଷାକ ଆମ ପରିଚୟ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଶ୍ରୀ ଦୟାମୟ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ଉତ୍ସର୍ଗିତା ରଇତ , ସହକାରୀ ଜିଲ୍ଲାପାଳ ଶ୍ରୀ ଜଗନ୍ନାଥ ପାଢ଼ୀ , ଉତ୍କଳ ବାଲାଶ୍ରମର କର୍ମଚାରୀ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ପାରମ୍ପରିକ ହସ୍ତତନ୍ତ୍ର ପୋଷାକ ପରିଧାନ କରିଛନ୍ତି।
ଓଡିଶା ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶ କ୍ରମେ ଓଡ଼ିଶା ଦିବସ ୧ ଅପ୍ରେଲ ଠାରୁ ମହାବିଷୁବ ସଂକ୍ରାନ୍ତି ୧୪ ଅପ୍ରେଲ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯିବ। ଏହି ଅବସରରେ ପ୍ରତ୍ୟେକ ଦିନ ବିଭିନ୍ନ ବିଭାଗ ଦ୍ଵାରା କାର୍ଯ୍ୟକ୍ରମ ଗୁଡ଼ିକ ସ୍ଥିର କରାଯାଇଛି। ଆମ ବସ୍ତ୍ର ହେଉଛି ଆମ ସ୍ୱାଭିମାନ ଓ ଆମ ପରିଚୟ। ଓଡ଼ିଶା ହସ୍ତତନ୍ତ୍ରର ସମଗ୍ର ବିଶ୍ୱରେ ପ୍ରସିଦ୍ଧ ରହିଛି। ଏଣୁ ଓଡ଼ିଆ ପକ୍ଷ ପାଳନ ଅବସରରେ ଆସନ୍ତୁ, ଆମେ ସମସ୍ତେ ହସ୍ତତନ୍ତ୍ର ପୋଷାକ ପିନ୍ଧିବାକୁ ଅଭ୍ୟାସରେ ପରିଣତ କରିବା। କେବଳ ଆଜି ନୁହେଁ, ସବୁ ଦିନ ପିନ୍ଧିବା ଏବଂ ଆମ ବୁଣାକାର ଓ ଗ୍ରାମ୍ୟ ଅର୍ଥନୀତିକୁ ସଶକ୍ତ କରିବା ସହ ସମୃଦ୍ଧ ଓଡ଼ିଶା ଗଠନରେ ଅଂଶୀଦାର ହେବା।
Sign in
Sign in
Recover your password.
A password will be e-mailed to you.
Next Post