ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଚାଇଲ୍ଡ ହେଲ୍ପ ଲାଇନର ପ୍ରକଳ୍ପ ସଂଯୋଜିକା ଶ୍ରୀମତୀ ବୈଶାଳୀ ପଟ୍ଟନାୟକ କୌଣସି ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଲେ ଯେ, ଗଜପତି ଜିଲ୍ଲା ଗୋଷାଣୀ ବ୍ଲକର ଗାରବନ୍ଧ ଗ୍ରାମରେ ଏକ ବାଲ୍ୟ ବିବାହ ହେବାକୁ ଯାଉଅଛି, ଏହି ଖବର ପାଇବା ପରେ ତତକ୍ଷଣାତ ଚାଇଲ୍ଡ ହେଲ୍ପ ଲାଇନର ପ୍ରକଳ୍ପ ସଂଯୋଜିକା ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ଜଣାଇଥିଲେ ଏବଂ ଏହାପରେ ସଙ୍ଗେ ସଙ୍ଗେ ଏକ ଦଳ ଗଠନ କରାଯାଇଥିଲା, ଯେଉଁଥିରେ ଗୋଷାଣୀ ବ୍ଲକ ର ଆସିଡିଏସର ସୁପରଭାଜର , ଡିସିପିୟୁ ର ପରାମର୍ଶଦାତା , ଚାଇଲ୍ଡ ହେଲ୍ପ ଲାଇନର ସୁପରଭାଇଜର , ସଖୀ କେନ୍ଦ୍ରର ସଦସ୍ୟା , ଆଭା ଏନ୍ ଜି ଓ ର ସଦସ୍ୟା , ଗାରାବନ୍ଧ ଥାନାର ଆଇଆଇସି ମିଳିତ ଭାବରେ ଉକ୍ତ ଗ୍ରାମକୁ ଯାଇ ବାଲ୍ୟ ବିବାହ କରିବାକୁ ଥିବା ପରିବାରକୁ ବାଲ୍ୟ ବିବାହ ନିରୋଧ ଆଇନ ଓ ତାର ଦଣ୍ଡ ବିଧାନ ବିଷୟରେ ବୁଝାଇଥିଲେ ଏବଂ ଝିଅଟିର ବୟସ ୧୫ ବର୍ଷ ୫ ମାସ ହୋଇଥିବାରୁ ଝିଅକୁ ଉଦ୍ଧାର କରି ଶିଶୁ କଲ୍ୟାଣ ସମିତି ଗଜପତିଙ୍କ ଠାରେ ଉପସ୍ଥାପନା କରିଥିଲେ ଏବଂ ଶିଶୁ କଲ୍ୟାଣ ସମିତିର ଆଦେଶକ୍ରମେ ଶିଶୁଟିକୁ ଅଧିକ ପରାମର୍ଶସେବା ଯୋଗାଇ ଦେବା ନିମନ୍ତେ ସଖୀ ୱାନ ଷ୍ଟପ୍ ସେଣ୍ଟର୍ କୁ ପଠାଯାଇଥିଲା । ଶିଶୁଟିର ଉଜ୍ଜଳ ଭବିଷ୍ୟତ ନିମନ୍ତେ ପରିବାରର ସଦସ୍ୟ ଆଗାମୀ ଦିନରେ ଶିଶୁକୁ ପାଠ ପଢାଇବେ ଏବଂ ବୟସ ନହେବା ପର୍ଯ୍ୟନ୍ତ ଶିଶୁର ବିବାହ କରିବେ ନାହିଁ ବୋଲି ଲିଖିତ ଭାବେ ଦରଖାସ୍ତ ଦେଇଥିଲେ । ପୁଣି ଆଗାମୀ ଦିନରେ ଶିଶୁଟିର ଭବିଷ୍ୟତ ପାଇଁ ବାଲ୍ୟ ବିବାହ ନିଷେଧକାରିଣୀ ଅଧିକାରିଣୀ ଝିଅଟିକୁ ପରାମର୍ଶ ଦେବା ସହ ଶିକ୍ଷାକୁ ସୁନିଶ୍ଚିତ କରିବେ ବୋଲି ଜଣାପଢ଼ିଛି।
Sign in
Sign in
Recover your password.
A password will be e-mailed to you.
Prev Post