ବଲାଙ୍ଗିର,ନିରୋଜ ମିଶ୍ର (୪/୦୫): ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଆଜି ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର, ବଲାଙ୍ଗିରର ବୈଠକ ଗୃହରେ ଅନୁଷ୍ଠିତ ହୋଇଥିଲା । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରବ ଶିୱାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଲୋକଙ୍କ ସମସ୍ୟା ଓ ଅଭିଯୋଗଗୁଡ଼ିକ ଶୁଣିଥିଲେ । ଆଜିର ଏହି ଶିବିରରେ ମୋଟ ୭୧ଟି ଅଭିଯୋଗ ପତ୍ର ପଞ୍ଜୀକୃତ ହୋଇଥିଲା । ସେମାନଙ୍କ ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ୫୪ଟି ଏବଂ ସାମୁହିକ ୧୭ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥିରୁ ୦୭ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା ।
ସମସ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି, ଦାଖଲ ହୋଇଥିବା ଅଭିଯୋଗ ପତ୍ରଗୁଡ଼ିକର ତୁରନ୍ତ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥିଲେ । ବିଭିନ୍ନ ଗାଁରୁ ଆସିଥିବା ଲୋକମାନେ ନିଜ-ନିଜ ସମସ୍ୟା ଉପସ୍ଥାପନ କରିଥିଲେ । ଜିଲ୍ଲାପାଳ ସମସ୍ତ ଅଭିଯୋଗ ଶୁଣିବା ପରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସେଗୁଡ଼ିକ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।
ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ତରଣୀ ସୁନା, ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଧୀରେନ ସିଂ ବରିହା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ପରିବାର କଲ୍ୟାଣ ଅଧିକାରୀ ପୁଷ୍ପାଞ୍ଜଳି ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ରଞ୍ଜନ ପଣ୍ଡା, ଡେପୁଟି କଲେକ୍ଟର ନିବେଦିତା ସ୍ଵାଇଁ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶୋଭିନା ଭୋଇ, ବଲାଙ୍ଗିର ଗୋଷ୍ଠୀ ଉନ୍ନୟନ ଅଧିକାରୀ ହୃଷୀକେଶ ଗଣ୍ଡ ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।
Sign in
Sign in
Recover your password.
A password will be e-mailed to you.