ଚିତ୍ରକୋଣ୍ଡାରେ ବିଜେଡି ଶକ୍ତିଶାଳୀ, କଂଗ୍ରେସ ପାଦ ତଳୁ ଅତଡ଼ା ଖସୁଛି 

0

କଂଗ୍ରେସ ଛାଡି ବିଜେଡିରେ ମିଶିଲେ ଖଇରାପୁଟ ବ୍ଲକ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷା

ଭୁବନେଶ୍ୱର :ଆଜି ବିଧାୟକ ଶ୍ରୀ ଡମ୍ବରୁ ଶିଶାଙ୍କ ନେତୃତ୍ୱରେ ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀର ଖଇରପୁଟ ବ୍ଲକ ଅଧ୍ୟକ୍ଷା କଂଗ୍ରେସର ଶ୍ରୀମତୀ କୁମୁଦିନୀ କିର୍‍ସାନୀ, ଉପାଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଭତ୍ରା, କଂଗ୍ରେସର ପୂର୍ବତନ ବ୍ଲକ ସଭାପତି କିଶୋର କୁମାର ରାଜୁଙ୍କ ସମେତ ୬୦ରୁ ଊଦ୍ଧ୍ୱର୍ କଂଗ୍ରେସ ଓ ବିଜେପି କର୍ମୀ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନେତୃତ୍ୱ ଏବଂ ଜନହିତକର କାର୍ଯ୍ୟକ୍ରମ ପ୍ରତି ଆକୃଷ୍ଟ ହୋଇ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଆନୁଷ୍ଠାନିକ  ଭାବେ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି ।

ବିଜେଡି ପ୍ରତି ଆସ୍ଥା ପ୍ରକଟ କରି ଦଳରେ ଯୋଗଦେଇଥିବା ସମସ୍ତ ଜନପ୍ରତିନିଧି ଓ କର୍ମୀଙ୍କୁ  ସଭାପତି ଶ୍ରୀ ପଟ୍ଟନାୟକ ସ୍ୱାଗତ କରିବା ସହ କହିଥିଲେ ଯେ ଆଜି ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀର ନିର୍ବାଚିତ ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷାଙ୍କ ସହ କଂଗ୍ରେସ ଓ ବିଜେପିର ସଦସ୍ୟମାନେ ଯୋଗ ଦେଇଥିବାରୁ ମୁଁ ବହୁତ ଖୁସି । ଏହି ଯୋଗଦାନ ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀ ସହ ମାଲକାନଗିରି ଜିଲ୍ଲାରେ ବିଜୁ ଜନତା ଦଳର ଶକ୍ତି ବୃଦ୍ଧି ହେବାରେ ସହାୟକ ହେବ ।

ଆଜିର ଏହି କାର୍ଯ୍ୟକ୍ରମରେ ମାଲକାନଗିରି ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ ଶ୍ରୀ ଚନ୍ଦ୍ର ସାରଥୀ ବେହେରା, ସ୍ୱତନ୍ତ୍ର ଜନଜାତି ବିକାଶ ପରିଷଦ ଅଧ୍ୟକ୍ଷ ଆଡମା ରବା, ଜିଲ୍ଲା ସହ ପର୍ଯ୍ୟବେକ୍ଷକ ରାଜେନ୍ଦ୍ର ଆଚାର୍ଯ୍ୟ, ଜିଲ୍ଲା ସଂଯୋଜକ ପ୍ରକାଶ ମହାନ୍ତିଙ୍କ ସମେତ ବହୁ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

Leave A Reply

Your email address will not be published.