ସୁବର୍ଣ୍ଣପୁର ,୨୫!୫(ପ୍ରକାଶ କୁମାର ହାତୀ ): ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗରିପାଲି ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଚେରୁପାଲି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଓ ସୁବର୍ଣ୍ଣପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତାପ କୁମାର ରଣା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୬୯ ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥି ମଧ୍ୟରୁ ୫୨ଟି ବ୍ୟକ୍ତିଗତ ଓ ୧୫ଟି ସାମୁହିକ ଦରଖାସ୍ତ ଥିଲା, ଗୋଟିଏ ଦରଖାସ୍ତ ମୁଖ୍ୟ ମନ୍ତ୍ରୀ ରିଲିଫ ଫଣ୍ଡ ସହାୟତା ପାଇଁ ଥିବା ବେଳେ, ଆଉ ଏକ ଦରଖାସ୍ତ ରେଡ କ୍ରସ ସହାୟତା ପାଇଁ ରହିଥିଲା ଏବଂ ଗୋଟିଏ ଦରଖାସ୍ତ ର ତୁରନ୍ତ ସମାଧାନ ହୋଇଥିଲା ।ଅନ୍ୟାନ୍ୟ ସମସ୍ତ ଦରଖାସ୍ତଗୁଡିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପ୍ରେରଣ କରାଯାଇଛି।ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଅଶ୍ୱିନୀ ମେହେର, ଅତିରିକ୍ତ ତହସିଲଦାର ରୋହିତ ବାଗ, ସରପଞ୍ଚ ଦିଲୀପ କୁମାର ଶତପଥୀ ପ୍ରମୁଖ ମଞ୍ଚାସିନ ଥିଲେ ।ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଡୁଙ୍ଗରିପାଲି ସଂଜୀବ କୁମାର ସାହୁ ଦ୍ୱାରା ଆୟୋଜିତ ଏହି ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜଣ ସ୍ୱାସ୍ଥ୍ୟ ଅଧିକାରୀ ଉଷାରଣୀ ଦାସ, ସହାୟକ କଲେକ୍ଟର (ଅଭିଯୋଗ) ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.
Next Post