ସ୍ୱତନ୍ତ୍ର ସଘନ ସଂଶୋଧନ ସମ୍ପର୍କିତ ବୁଥ ସ୍ତରୀୟ ଅଧିକାରୀ ଙ୍କୁ ନେଇ ତାଲିମ କାର୍ଯ୍ୟକ୍ରମ

0 1

ନବରଙ୍ଗପୁର ତା ୨୭.୫.୨୦୨୬: ନବରଙ୍ଗପୁର ଜିଲ୍ଲାର ସମସ୍ତ ୧୦ ଟି ବ୍ଲକରେ ପର୍ଯ୍ୟାୟ କ୍ରମେ ୨୫/୫,୨୬/୫ ଏବଂ ଆଜି ୨୭.୫.୨୦୨୬ ରିଖ ତିନି ଦିନ ଧରି ସ୍ବତନ୍ତ୍ର ସଘନ ସଂଶୋଧନ ସମ୍ପର୍କିତ ବୁଥ ସ୍ତରୀୟ ଅଧିକାରୀ ମାନଙ୍କୁ ନେଇ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାର ଚାରିଗୋଟି ନିର୍ବାଚନ ରିଟର୍ଣିଂ ଅଧିକାରୀମାନଙ୍କ ତତ୍ୱାବଧାନରେ ସଫଳ ଭାବେ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଡ଼ ପ୍ରମୋଦ କୁମାର ପୃଷ୍ଟି, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ)ବିଶ୍ୱଜିତ ଚନ୍ଦ୍ର ବର୍ମନ, ମୁଖ୍ୟ ଉନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପ ଜିଲ୍ଲାପାଳ ପ୍ରକାଶ ଚନ୍ଦ୍ର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ l

Leave A Reply

Your email address will not be published.