ବାଲେଶ୍ୱର, ତା. ୧୬.୦୬.୨୦୨୬ :ଆସନ୍ତା ୨୧ ଜୁନ ୨୦୨୬ ତାରିଖ ସକାଳ ୭.୦୦ ଘଟିକାରେ ପାଳନ କରାଯିବାକୁ ଥିବା ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ–୨୦୨୬ କାର୍ଯ୍ୟକ୍ରମର ସଫଳ ଆୟୋଜନ ନିମନ୍ତେ ଆଜି ସନ୍ଧ୍ୟା ୬.୦୦ ଘଟିକାରେ ବାଲେଶ୍ୱର ଅତିରିକ୍ତ ଜିଲ୍ଲାପାଳଙ୍କ ଦପ୍ତରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା କ୍ରୀଡ଼ା ବିଭାଗ ପକ୍ଷରୁ ଆୟୋଜିତ ଏହି ବୈଠକରେ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ (ADM) ଶ୍ରୀ ତପନ କୁମାର ଖୁଣ୍ଟିଆ ଅଧ୍ୟକ୍ଷତା କରିଥିଲେ।
ବୈଠକରେ ଜିଲ୍ଲା କ୍ରୀଡ଼ା ବିଭାଗର ଅଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ଜେନା, ଜିଲ୍ଲା ସଂସ୍କୃତି ଅଧିକାରିଣୀ ଶ୍ରୀମତୀ ମନସ୍ୱିନୀ ରାଉତ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ବସନ୍ତ କୁମାର ନାଏକଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ସମ୍ପର୍କିତ ବିଭିନ୍ନ ପ୍ରସ୍ତୁତି ଓ ପରିଚାଳନା ବ୍ୟବସ୍ଥା ଉପରେ ବିସ୍ତୃତ ଆଲୋଚନା କରିଥିଲେ।
ଆଲୋଚନାରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ଯେ ଆନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ ପ୍ରାୟ ୫୦୦ ଜଣ ଅଂଶଗ୍ରହଣକାରୀ ଯୋଗଦେବେ। ସେମାନଙ୍କ ପାଇଁ ସୁବ୍ୟବସ୍ଥିତ ବସିବା, ପାନୀୟ ଜଳ, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା ସହ ଅନ୍ୟାନ୍ୟ ଆବଶ୍ୟକ ସୁବିଧା ଉପଲବ୍ଧ କରାଯିବ। ସମସ୍ତ ଅଂଶଗ୍ରହଣକାରୀଙ୍କୁ ନିଜର ନାମ ପଞ୍ଜୀକରଣ ସମୟରେ ଗଞ୍ଜି ଦିଆଯିବ । କାର୍ଯ୍ୟକ୍ରମ ପରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ବ୍ରେକ ଫାଷ୍ଟ ପ୍ରଦାନ କରାଯିବ ।
ଅଧ୍ୟକ୍ଷ ଶ୍ରୀ ଖୁଣ୍ଟିଆ ଯୋଗ ଦିବସର ସଫଳ ଆୟୋଜନ ପାଇଁ ସମସ୍ତ ସମ୍ପୃକ୍ତ ଅଧିକାରୀଙ୍କୁ ସମନ୍ୱିତ ଭାବରେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ ଏବଂ ଯୋଗ ମାଧ୍ୟମରେ ସୁସ୍ଥ ଜୀବନଶୈଳୀ ଗଠନର ବାର୍ତ୍ତାକୁ ଅଧିକରୁ ଅଧିକ ଲୋକଙ୍କ ନିକଟରେ ପହଞ୍ଚାଇବା ଉପରେ ଗୁରୁତ୍ୱାରୋପ କରିଥିଲେ।
Sign in
Sign in
Recover your password.
A password will be e-mailed to you.