କେନ୍ଦ୍ରାପଡା:20,06(ପ୍ରଫୁଲ୍ଲ କୁମାର ମଲ୍ଲ) ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଚାଲିଥିବା “ବିକାଶ ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ ଅନ୍ତର୍ଗତ ଡେରାବିଶ ବ୍ଲକ ପକ୍ଷରୁ ଚାଟରା ଚକଡାସ୍ଥିତ କଲ୍ୟାଣୀ ମଣ୍ଡପରେ ଏକ ବ୍ଲକସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟ ସରକାରଙ୍କ ଗତ ଦୁଇ ବର୍ଷର ସଫଳତା ଓ ଜନକଲ୍ୟାଣମୂଳକ ଯୋଜନା ଗୁଡ଼ିକର ଉପଲବ୍ଧି ସମ୍ପର୍କରେ ସୂଚନା ଦିଆଯାଇଥିଲା।
କାର୍ଯ୍ୟକ୍ରମରେ ପାଟକୁରା ବିଧାୟକ ଶ୍ରୀ ଅରବିନ୍ଦ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଓ ବିକାଶମୂଳକ ପଦକ୍ଷେପ ସମ୍ପର୍କରେ ମତ ରଖିଥିଲେ। ସେ କହିଥିଲେ ଯେ, ସରକାରଙ୍କ ଯୋଜନା ତୃଣମୂଳ ସ୍ତରରେ ପହଞ୍ଚି ସାଧାରଣ ଲୋକଙ୍କ ଜୀବନଧାରାରେ ପରିବର୍ତ୍ତନ ଆଣିଛି।ଏହି ଅବସରରେ ଯୋଗ୍ୟ ହିତାଧିକାରୀମାନଙ୍କୁ ଆୟୁଷ୍ମାନ ଭାରତ କାର୍ଡ ଓ ରାସନ କାର୍ଡ ବଣ୍ଟନ କରାଯାଇଥିଲା। ସେହିପରି ଅଙ୍ଗନବାଡ଼ି କର୍ମୀମାନଙ୍କୁ ସ୍ମାର୍ଟ ଫୋନ ପ୍ରଦାନ କରାଯାଇଥିଲା, ଯାହା ମାଧ୍ୟମରେ ସେମାନେ ସରକାରୀ ସେବା ଓ ତଥ୍ୟ ପରିଚାଳନା କାର୍ଯ୍ୟକୁ ଅଧିକ ସୁଚାରୁ ଭାବେ ସମ୍ପାଦନ କରିପାରିବେ। କାର୍ଯ୍ୟକ୍ରମରେ ଡେରାବିଶ ବିଡିଓ ଶ୍ରୀମତୀ ନମିତା ବାରିକ, ଡେରାବିଶ ତହସିଲଦାର, ଅତିରିକ୍ତ ତହସିଲଦାର, ଏବିଡିଓ ଓ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ। ସରକାରଙ୍କ ବିକାଶ ଓ ଜନକଲ୍ୟାଣ କାର୍ଯ୍ୟକ୍ରମକୁ ନେଇ ଉପସ୍ଥିତ ଲୋକଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଥିଲା। କାର୍ଯ୍ୟକ୍ରମ ଶେଷରେ ଅତିଥିମାନେ ରାଜ୍ୟ ସରକାରଙ୍କ ବିକାଶ ଯାତ୍ରାକୁ ଆହୁରି ସଫଳ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ।
Sign in
Sign in
Recover your password.
A password will be e-mailed to you.