ବାଲେଶ୍ବର ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

0

ଜଳେଶ୍ୱର, ତା: ୨୨/୦୬/୨୦୨୬:     ଆଜି ପୂର୍ବାହ୍ନ ଘ: ୧୦.୦୦ ଟିକା ସମୟରେ ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବାଲେଶ୍ୱର ଜିଲ୍ଲାପାଳ  ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଜଳେଶ୍ୱର ପଞ୍ଚାୟତ ସମିତି ଅଧୀନସ୍ଥ ବିଭିନ୍ନ ଗ୍ରାମ ପଞ୍ଚାୟତରୁ ୧୮୨ ଜଣ ଅଭିଯୋଗକାରୀ ନିଜର ଅଭିଯୋଗ ଫର୍ଦ୍ଦ ଉପସ୍ଥାପନ କରିଥିଲେ। ସେଥି ମଧ୍ୟରୁ ୧୬୪ ଗୋଟି ବ୍ୟକ୍ତିଗତ ଓ ୧୨ ଗୋଟି ସାମୁହିକ ଅଭିଯୋଗ ସମ୍ପର୍କିତ ହୋଇଥିବା ବେଳେ ୬ ଗୋଟି ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ନିମନ୍ତେ ଆବେଦନ କରିଥିଲେ  I ଏହି ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମରେ ୧୮ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା I
     ଏହି କାର୍ଯ୍ୟକ୍ରମରେ ବାଲେଶ୍ୱର ଜିଲ୍ଲାପାଳ, ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶ, ଆରକ୍ଷୀ ଅଧିକ୍ଷକ, ଶ୍ରୀଯୁକ୍ତ ପ୍ରତ୍ୟୁଷ ଦିବାକର, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ହେମନ୍ତ କୁମାର ସିଂହ, ଉପ ଜିଲ୍ଲାପାଳ, ବାଲେଶ୍ୱର ଶ୍ରୀଯୁକ୍ତ ଶିବ ମାଲବ୍ୟ, ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରିଣୀ, ଜିଲ୍ଲା ପରିଷଦ ଡଃ ମଧୁସ୍ମିତା ସାମନ୍ତରାୟ, ବିଡିଓ, ଜଳେଶ୍ୱର ଶ୍ରୀଯୁକ୍ତ ଗୌରାଙ୍ଗ ଘୋଷ, ତହସିଲଦାର, ଶ୍ରୀଯୁକ୍ତ ସତ୍ୟଜିତ୍ ମହାନ୍ତି, ନିର୍ବାହୀ ଅଧିକାରୀ, ଜଳେଶ୍ୱର ମ୍ୟୁନିସିପାଲଟି ଶ୍ରୀଯୁକ୍ତ ହେମନ୍ତ ସିଂହଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।
     

Leave A Reply

Your email address will not be published.