ରାଉରକେଲା,(ବସନ୍ତ କୁମାର ଜେନା): ବିଶ୍ରା ଥାନା ଅନ୍ତର୍ଗତ ସନ୍ତୋଷପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଶୋଇଥିବା ଅବସ୍ଥାରେ ଜଣେ ଯୁବତୀଙ୍କୁ ପେଟ୍ରୋଲ ଢାଳି ଜୀବନ୍ତ ଜାଳିଦେବାକୁ ଦୁର୍ବୃତ୍ତମାନେ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି।
ପ୍ରାଥମିକ ସୂଚନା ଅନୁଯାୟୀ, ଦୁର୍ବୃତ୍ତମାନେ ଘରର ଝରକା ବାଟେ ପାଇପ୍ ସାହାଯ୍ୟରେ ପେଟ୍ରୋଲ ଢାଳି ପରେ ନିଆଁ ଲଗାଇଥିଲେ। ଏଥିରେ ଯୁବତୀ ଗୁରୁତର ଭାବେ ପୋଡ଼ିଯାଇଥିଲେ। ଚିତ୍କାର ଶୁଣି ପରିବାର ସଦସ୍ୟ ଓ ସ୍ଥାନୀୟ ଲୋକ ପହଞ୍ଚି ତାଙ୍କୁ ଉଦ୍ଧାର କରି ତୁରନ୍ତ ରାଉରକେଲାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ଅବସ୍ଥା ସଂକଟାପନ୍ନ ଥିବା ସୂଚନା ମିଳିଛି।
ଏହି ଘଟଣା ପଛର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ବିଶ୍ରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବିଭିନ୍ନ ଦିଗକୁ ନେଇ ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତମାନଙ୍କୁ ଚିହ୍ନଟ କରିବା ସହ ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ତଦନ୍ତ ଜାରି ରହିଛି। ପୋଲିସ ପକ୍ଷରୁ ଅଧିକ ବିବରଣୀକୁ ଅପେକ୍ଷା କରାଯାଇଛି।
Sign in
Sign in
Recover your password.
A password will be e-mailed to you.